Masthead

ଲଣ୍ଡନରେ ହେବ ଜଗନ୍ନାଥ ମନ୍ଦିର, ୨୫୦ କୋଟି ଟଙ୍କା ଦେବ ଫିନ୍ନେଷ୍ଟ କମ୍ପାନୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲଣ୍ଡନରେ ହେବ ଜଗନ୍ନାଥ ମନ୍ଦିର । ଶୁଭିବ ଜୟ ଜଗନ୍ନାଥ । ମନ୍ଦିର ନିର୍ମାଣ ପାଇଁ ୨୫୦ କୋଟି ଟଙ୍କା ଦେବ ଫିନ୍ନେଷ୍ଟ କମ୍ପାନୀ । ଲଣ୍ଡନରେ ଶ୍ରୀଜଗନ୍ନାଥ ସୋସାଇଟି ୟୁକେ ଦ୍ୱାରା ଆୟୋଜିତ ହୋଇଥିଲା ଜଗନ୍ନାଥ ସମ୍ମିଳନୀ । ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ପୁରୀ ଗଜପତି ମହାରାଜ ଦିବ୍ୟସିଂହ ଦେବ । ଏହି ଅବସରରେ ଗଜପତି ମହାରାଜ କହିଛନ୍ତି ମହାପ୍ରଭୁଙ୍କ ଆଶୀର୍ବାଦରେ ଲଣ୍ଡନରେ ମନ୍ଦିର ପାଇଁ ସୋସାଇଟିର ଯେଉଁ ପ୍ରତିବଦ୍ଧତା ରହିଛି ତାହା ଶୀଘ୍ର ପୂରଣ ହେବ ।

ଏନେଇ ସୂଚନା ଦେଇଛନ୍ତି ଫିନ୍ନେଷ୍ଟ କମ୍ପାନୀର ଏମଡି ଅରୁଣ କର । ଫିନ୍ନେଷ୍ଟ କମ୍ପାନୀ ଦୁଇ ଜଣ ଓଡ଼ିଆ ଉଦ୍ୟୋଗୀଙ୍କ ମିଳିତ ସହଯୋଗରେ ଗଢି ଉଠିଛି । ମନ୍ଦିର ପାଇଁ ସମସ୍ତ ଖର୍ଚ୍ଚ ସହ ଆନୁସଙ୍ଗିକ ବ୍ୟବସ୍ଥା କରାଯିବ ବୋଲି କମ୍ପାନୀର ଚେୟାରମ୍ୟାନ ବିଶ୍ୱଜିତ ପଟ୍ଟନାୟକ କହିଛନ୍ତି । ୧୫ ଏକର ଜମି ପାଇଁ ୭୦ କୋଟି ଟଙ୍କା ଦେଇସାରିଛି ଫିନ୍ନେଷ୍ଟ କମ୍ପାନୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ