Masthead

ପୋଲ କଲେନି ଏବେ ରୋଶର ଶିକାର ହେଲେ ମନ୍ତ୍ରୀ

କେନ୍ଦ୍ରାପଡ଼ା(ବଡ଼ ଖବର ବ୍ୟୁରୋ): ପୋଲ ପାଇଁ ମନ୍ତ୍ରୀଙ୍କୁ ଘେରିଲେ ଗ୍ରାମବାସୀ । ବ୍ରାହ୍ମଣୀ ନଦୀରେ ଡଙ୍ଗା ବୁଡିବା ଘଟଣାରେ ଘଟଣାସ୍ଥଳ ପରିଦର୍ଶନକୁ ଯାଇଥିବା ଶକ୍ତି ମନ୍ତ୍ରୀ ପ୍ରତାପ ଦେବଙ୍କୁ ଘେରିଲେ ଗ୍ରାମବାସୀ । ପୋଲ ପ୍ରତିଶ୍ରୁତି ଦାବି କରି ମନ୍ତ୍ରୀଙ୍କୁ ଘେରିଛନ୍ତି ଗ୍ରାମବାସୀ । ଫଳରେ ଦୀର୍ଘ ସମୟ ଧରି ଭିଡ ଭିତରେ ଅଟକି ରହିଥିଲେ ପ୍ରତାପ ଦେବ । ପୋଲ ପାଇଁ ନିର୍ଭରଯୋଗ୍ୟ ପ୍ରତିଶ୍ରୁତି ନ ମିଳିବା ଯାଏଁ ମନ୍ତ୍ରୀଙ୍କୁ ଛାଡିବୁନି କି ମୃତଦେହର ଅନ୍ତିମ ସଂସ୍କାର କରିବୁନି ବୋଲି ଦାବି କରିଥିଲେ ଗ୍ରାମବାସୀ ।

ଆଜି ସକାଳେ କେନ୍ଦ୍ରାପଡ଼ା ଜିଲ୍ଲା ଆଳି ବ୍ଲକ ଏକମଣିଆରୁ ଯାତ୍ରୀବାହୀ ଡ଼ଙ୍ଗା ରାଜନଗର ବ୍ଲକ କେରଡ଼ାଗଡ଼ ଯାଉଥିବା ବେଳେ ମଝିନଦୀରେ ଭାରସାମ୍ୟ ହରାଇ ଡ଼ଙ୍ଗାଟି ବୁଡିଯାଇଥିଲା । ଏହି ଘଟଣାରେ ୨ ଜଣ ନିଖୋଜ ଥିଲେ । ଜଣେ ନାବାଳକର ମୃତଦେହ ଉଦ୍ଧାର ହୋଇଥିବାବେଳେ ନାଉରିଆ ନିଖୋଜ ଅଛନ୍ତି । ତେବେ ଡଙ୍ଗାରେ ଥିବା ଅନ୍ୟ ସମସ୍ତ ଯାତ୍ରୀ ସୁରକ୍ଷିତ ଉଦ୍ଧାର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା