Masthead

ବଜ୍ରାଘାତରେ ମହିଳା ମୃତ

ନରସିଂହପୁର (ବଡ଼ ଖବର ବ୍ୟୁରୋ): ବଜ୍ରାଘାତରେ ମହିଳା ମୃତ । ଏଭଳି ଅଭାବନୀୟ ଘଟଣା ଘଟିଛି କଟକ ଜିଲ୍ଲା ନରସିଂହପୁର ଥାନା ଘଣ୍ଟପଡା ଗ୍ରାମରେ । ମୃତକ ହେଲେ ପ୍ରମିଳା ମୁଖୀ। ପ୍ରମିଳା ସକାଳୁ ସକାଳୁ ଗ୍ରାମ ପାଖ ଜଙ୍ଗଲକୁ ଗ୍ରାମର ଅନ୍ୟ ମହିଳାଙ୍କ ସହିତ ମିଶି କେନ୍ଦୁପତ୍ର ତୋଳିବାକୁ ଯାଇଥିଲେ। ହଠାତ ବର୍ଷା ପବନ ସାଙ୍ଗକୁ ବିଜୁଳି ଘଡଘଡି ମାରିଥିଲା। ପ୍ରମିଳା କେନ୍ଦୁପତ୍ର ତୋଳୁଥିବା ବେଳେ ବଜ୍ରପାତ ହେବାରୁ ସେ ସେଠାରେ ଖସି ପଡ଼ିଥିଲେ।

ତାଙ୍କ ସହିତ କେନ୍ଦୁପତ୍ର ତୋଳିବାକୁ ଯାଇଥିବା ଅନ୍ୟ ମହିଳାମାନେ ଗ୍ରାମକୁ ଆସି ଖବର ଦେଇଥିଲେ । ଗ୍ରାମବାସୀମାନଙ୍କ ସହଯୋଗରେ ଆମ୍ବୁଲାନ୍ସ ଯୋଗେ ପ୍ରମିଳାଙ୍କୁ ନରସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବିଜୁଳି ପ୍ରମିଳାଙ୍କ ବେକ ଓ ଛାତିରେ ବାଜିଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ