Masthead

ଓଡ଼ିଶାରେ ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ):  ଆଜି ଓଡ଼ିଶାରେ ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ୍ । ପୁରୀ-ହାୱଡ଼ା ରୁଟରେ ବନ୍ଦେ ଭାରତ ଏକ୍ସପ୍ରେସର ହେବ ଟ୍ରାଏଲ ରନ୍ । ଏହି ଟ୍ରେନ୍ ହାୱଡ଼ା ଷ୍ଟେସନରୁ ସକାଳ ୬ଟା୧୦ ମିନିଟରୁ ବାହିରିଛି । ଦିନ ୧୧ଟା ୨୨ରେ ଭୁବନେଶ୍ୱର ରେଳ ଷ୍ଟେସନ ପହଞ୍ଚିବ । ୨ ମିନିଟର ରହଣୀ ପରେ ପୁରୀ ବାହାରିବ । ଦିନ ୧୨ଟା ୩୫ରେ ପୁରୀ ପହଞ୍ଚିବ । ବନ୍ଦେ ଭାରତ ଏକ୍ସପ୍ରେସ୍ ପୁରୀରେ କିଛି ସମୟ ରହିବା ପରେ ଅପରାହ୍ନ ୧ଟା ୫୦ରେ ହାୱଡା ଅଭିମୁଖେ ବାହାରିବ ।ଅପରାହ୍ନ ୧୨ଟା ୩୫ରେ ପୁରୀରେ ପହଞ୍ଚି ପୁଣି ଗୋଟାଏ ୫୦ ମିନିଟରେ ପୁରୀ ଛାଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍। ରାତି ୮ଟା ୩୦ରେ ପହଞ୍ଚିବ ହାଓଡ଼ା ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୯ ଫେବ୍ରୁଆରୀ ୧୫ରେ ବନ୍ଦେ ଭାରତ ଏକ୍ସପ୍ରେସକୁ ଶୁଭାରମ୍ଭ କରିଥିଲେ । ଦେଶରେ ପ୍ରଥମ ଥର ପାଇଁ ଏହି ଟ୍ରେନ୍ ନୂଆଦିଲ୍ଲୀ ଠାରୁ ବାରଣାସୀକୁ ସେବା ଯୋଗାଇଥିଲା । ସେହିଦିନ ଠାରୁ ଏପର୍ଯ୍ୟନ୍ତ ଦେଶର ୭ଟି ରୁଟରେ ଏହି ଟ୍ରେନ୍ ପରିଚାଳିତ ହେଉଛି । ଆଉ ଏବେ ଭାରତୀୟ ରେଳବାଇର ଏହି ସେମି ଦ୍ରୁତଗାମୀ ଟ୍ରେନ୍ ‘ବନ୍ଦେ ଭାରତ ଏକ୍ସପ୍ରେସ୍’ ଆଗାମୀ ଦିନରେ ପୁରୀରୁ ହାୱଡା ମଧ୍ୟରେ ଚାଲିବ ।

ବନ୍ଦେ ଭାରତ ଏକ୍ସପ୍ରେସ ଚାଲିଲେ ଓଡ଼ିଶାର ପର୍ଯ୍ୟଟନ କ୍ଷେତ୍ର ପାଇଁ ନୂଆ ସୁଯୋଗ ସୃଷ୍ଟି ହେବ ବୋଲି କୁହାଯାଉଛି। ବନ୍ଦେ ଭାରତ ଏକ୍ସପ୍ରେସରେ ଯାତ୍ରୀମାନଙ୍କ ପାଇଁ ସମସ୍ତ ପ୍ରକାର ଅତ୍ୟାଧୁନିକ ସୁବିଧା ରହିଛି। ଯହା ଦ୍ୱାରା ଯାତ୍ରା ଆରାମଦାୟକ ହେବା ସହ କମ୍ ସମୟ ମଧ୍ୟରେ ଯାତ୍ରୀମାନେ ଗନ୍ତବ୍ୟ ସ୍ଥଳରେ ପହଞ୍ଚିପାରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ