Masthead

ସୁରୁଖୁରୁରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ

ପୁରୀ (ବଡ଼ ଖବର ବ୍ୟୁରୋ): ପୁରୀରେ ବର୍ଷା ସାଙ୍ଗକୁ ଘଡ଼ଘଡ଼ି। ବର୍ଷା ଯୋଗୁଁ ରଥ ନିର୍ମାଣ କାର୍ଯ୍ୟ ପ୍ରଭାବିତ ହୋଇଥିଲା । ବର୍ଷା ଛାଡ଼ିବା ପରେ ସୁରୁଖୁରୁରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ । ତୁମ୍ବରେ ସୂତା ବାଡିଆ ଅନୁକୂଳ କରିଛନ୍ତି ବିଶ୍ବକର୍ମା। ଆଜି ଷଷ୍ଠ ଦିନରେ ପହଞ୍ଚିଛି ରଥ ନିର୍ମାଣ କାର୍ଯ୍ୟ । ସେପଟେ ବର୍ଷା ପ୍ରବଳ ଗରମରୁ ଆଶ୍ୱସ୍ତି ଆଣି ଦେଇଛି ବୋଲି କହିଛନ୍ତି ବିଶ୍ୱକର୍ମା ସେବାୟତ ।

ଯେତେ ବର୍ଷା, ଝଡ, ତୋଫାନ ହେଲେ ମଧ୍ୟ କାମ ଜାରି ରହିବ ବୋଲି କହିଛନ୍ତି । ରଥ ଖଳାରେ କାମ କରିବା ମହାପ୍ରଭୁଙ୍କ ଇଚ୍ଛାରେ ହେଉଛି । ବର୍ତ୍ତମାନ ସୁଦ୍ଧା ୩ ରଥ ପାଇଁ ମୋଟ ୪୧ଟି ତୁମ୍ବ ଗଡ଼ କରତି ସେବକମାନେ ୩ରଥ ମହାରଣାମାନଙ୍କୁ ଯୋଗାଇ ଥିଲେ । ସେଥି ମଧ୍ୟରୁ ୩ ରଥର ମୋଟ ୩୦ରୁ ଅଧିକ କୋଟି ତୁମ୍ବର ଗୋଲେଇ କାର୍ଯ୍ୟ ଶେଷ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼