Masthead

‘ସୋନିଆ ଗାନ୍ଧି ବିଷକନ୍ୟା’

କର୍ଣ୍ଣାଟକ (ବଡ଼ ଖବର ବ୍ୟୁରୋ): କର୍ଣ୍ଣାଟକ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବିଜେପି- କଂଗ୍ରେସ ମଧ୍ୟରେ ବାକ୍‌ ଯୁଦ୍ଧ ତୀବ୍ରତର ହେବାରେ ଲାଗିଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଏକ ବିବାଦୀୟ ବୟାନ ଦେଇଥିଲେ । କହିଥିଲେ ‘ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ବିଷଧର ସର୍ପ’ ଭଳି । ଯାହାକୁ ଦେଇ ବିଜେପି ବିଧାୟକ ଆଜି କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ସୋନିଆ ଗାନ୍ଧିଙ୍କୁ ‘ବିଷ କନ୍ୟା’ ବୋଲି ସମ୍ବୋଧନ କରିଛନ୍ତି। ଏହାକୁ ନେଇ ରାଜନୀତି ସରଗରମ ହେବାରେ ଲାଗିଛି।

ଆସନ୍ତା ୧୦ ତାରିଖରେ କର୍ଣ୍ଣାଟକରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ବିଜେପି ବିଧାୟକ ବାସନ ଗୌଡ଼ା କୌପ୍ପଲରେ ଆଜି ଏକ ଜନସଭାକୁ ସମ୍ବୋଧନ କରୁଥିଲେ। ଏହି ସମୟରେ ସେ ସୋନିଆ ଗାନ୍ଧିଙ୍କୁ ବିଷ କନ୍ୟା ବୋଲି ସମ୍ବୋଧନ କରିବାକୁ ପଛାଇ ନାହାନ୍ତି। ଏ ନେଇ ସେ କହିଛନ୍ତି, ସମଗ୍ର ବିଶ୍ୱ ମୋଦିଙ୍କୁ ସମ୍ମାନ ଦେଉଛି। ଯେଉଁ ଆମେରିକା ଦିନେ ମୋଦିଙ୍କୁ ଭିସା ଦେବାକୁ ମନା କରିଥିଲା, ପରେ ସେ ତାଙ୍କ ସମ୍ମାନରେ ରେଡ କାର୍ପେଟ ବିଛାଇ ଦେଇଥିଲା। ହେଲେ ଏବେ ଖଡଗେ ମୋଦିଙ୍କୁ କୋବ୍ରା ସାପ ସହ ତୁଳନା କରୁଛନ୍ତି ଓ ସେ ବିଷ ବାହାର କରିବେ ବୋଲି କହୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା