Masthead

କୁସ୍ତିିଯୋଦ୍ଧାଙ୍କୁ ଭେଟିଲେ ପ୍ରିୟଙ୍କା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଜନ୍ତରମନ୍ତରରେ କୁସ୍ତିଯୋଦ୍ଧାଙ୍କୁ ଭେଟିଛନ୍ତି ପ୍ରିୟଙ୍କା ଗାନ୍ଧି । ଖେଳାଳିମାନେ ପ୍ରିୟଙ୍କାଙ୍କ ସହିତ ଆଲୋଚନା କରିବା ସହ ଦାବି ବିଷୟରେ ଅବଗତ କରିଛନ୍ତି । ୭ ଦିନ ଧରି ଧାରଣାରେ ବସିଛନ୍ତି କୁସ୍ତିଯୋଦ୍ଧା । ଖେଳାଳିଙ୍କ ପ୍ରତି ଦେଶର ଅନ୍ତର୍ଜାତୀୟ କୁସ୍ତି ଖେଳାଳିଙ୍କ ସମର୍ଥନ ବୃଦ୍ଧି ପାଇବାରେ ଲାଗିଛି । ସେହିପରି ନୀରଜ ଚୋପ୍ରା, ପୂର୍ବତନ କ୍ରିକେଟର କପିଳ ଦେବଙ୍କ ସହ ଅନେକ କ୍ରୀଡ଼ାବିତ ଧାରଣାରତ କୁସ୍ତି ଖେଳାଳିଙ୍କ ପ୍ରତି ସମର୍ଥନ ବ୍ୟକ୍ତ କରିଛନ୍ତି ।

ସେପଟେ ବ୍ରିଜଭୂଷଣଙ୍କ ବିରୋଧରେ ମାମଲା ରୁଜୁ ହୋଇଛି । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ କନ୍ନଟ ପ୍ଲେସ ଥାନାରେ ବ୍ରିଜଭୂଷଣଙ୍କ ବିରୋଧରେ ୨ଟି ଏଫଆଇଆର ରୁଜୁ କରିଛି ଦିଲ୍ଲୀ ପୁଲିସ୍ । ଗୋଟିଏ ଏଫଆଇଆର ପକସୋ ଆକ୍ଟରେ କରାଯାଇଛି । ଅନ୍ୟଟି କୁସ୍ତି ଯୋଦ୍ଧାଙ୍କ ଆଧାରରେ ହୋଇଛି । ବ୍ରିଜଭୂଷଣଙ୍କ ବିରୋଧରେ ଆସିଥିବା ଅଭିଯୋଗର ତଦନ୍ତ କରାଯିବ ବୋଲି ଶୁକ୍ରବାର ଦିଲ୍ଲୀ ପୁଲିସ ସୂଚନା ଦେଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏମିତି ବି ଆସେ ମୃତ୍ୟୁ 🔴 ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍ 🔴 ପୂର୍ବ ଶତ୍ରୁତା ହେଲା କାଳ, ପୋଲିସକୁ ପଥରରେ ଛେଚି ହତ୍ୟା 🔴 ଟଳିଲେ ୩ ନକ୍ସଲ 🔴 ବଢ଼ୁଛି ଶୀତ, ଥରୁଛି ଓଡ଼ିଶା 🔴 ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା? 🔴 ଏମିତି ବି ଆସେ ମୃତ୍ୟୁ 🔴 ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍ 🔴 ପୂର୍ବ ଶତ୍ରୁତା ହେଲା କାଳ, ପୋଲିସକୁ ପଥରରେ ଛେଚି ହତ୍ୟା 🔴 ଟଳିଲେ ୩ ନକ୍ସଲ 🔴 ବଢ଼ୁଛି ଶୀତ, ଥରୁଛି ଓଡ଼ିଶା 🔴 ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା?