Masthead

୪ ଦିନ ଯାଏଁ ଜାରି ରହିବ କାଳବୈଶାଖୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଜାରି ରହିଛି କାଳବୈଶାଖୀ । ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀର ପ୍ରଭାବ ଜାରି ରହିବ । ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହ ଘଣ୍ଟାପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ସେହିପରି ନବରଙ୍ଗପୁର, ନୂଆପଡା, ବରଗଡ, ଝାରସୁଗୁଡା, ସୁନ୍ଦରଗଡ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଣୁ ଏହି ସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ଘଡ଼ଘଡ଼ି ବିଜୁଳି ସହ ଝଡ଼ବର୍ଷା ନେଇ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । କାଳବୈଶାଖୀ ବର୍ଷା ଯୋଗୁଁ ରାଜ୍ୟରେ ତାପମାତ୍ରା ବିଶେଷ ବଢିବ ନାହିଁ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା