Masthead

ବିଧିର ଇଏ କି ବିଧାନ, ବାପା ସହ ଚାଲିଗଲା ପୁଅର ଜୀବନ

ସୋନପୁର  (ବଡ଼ ଖବର ବ୍ୟୁରୋ): ବାପାଙ୍କୁ ଭଲ କରି ଆଣିବାକୁ ଯାଇଥିଲେ । ହେଲେ ଆସିଲା ବାପା-ପୁଅଙ୍କ ଶବ । ଏବେ ଶ୍ମଶାନରେ ଜଳୁଛି ଗୋଟିଏ ନୁହେଁ ଦୁଇ ଦୁଇଟି ଶବ । ଏଭଳି ହୃଦୟବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ସୁବର୍ଣ୍ଣପୁର ଜିଲ୍ଲା ତରଭା ବିଜ୍ଞାପିତ ଅଞ୍ଚଳରେ । ମୃତ ବାପା ହେଲେ ଆଦି ସା ଓ ପୁଅ ଆର୍ତ୍ତତ୍ରାଣ ସା । ଗତକାଲି ଆର୍ତ୍ତତ୍ରାଣ ବାପାଙ୍କ ଦେହ ଭଲ କରିବାକୁ ବଲାଙ୍ଗୀର ଭୀମଭୋଇ ମେଡିକାଲକୁ ଯାଇଥିଲେ ।

ସେଠାରେ ବାପାଙ୍କୁ ବେଡକୁ ନେଇ ଯାଉଥିବାବେଳେ ଆର୍ତ୍ତତ୍ରାଣଙ୍କ ସ୍ୱାସ୍ଥ୍ୟ ଖରାପ ହୋଇଥିଲା । ସେଠାରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ପୁଅର ମୃତ୍ୟୁ ଘଟଣାକୁ ସହ୍ୟ କରିନପାରି ବାପା ମଧ୍ୟ ଆଖି ମୁଜିଥିଲେ । ଯାହାକୁ ନେଇ ତରଭା ଅଚଂଳରେ ଶୋକର ଛାୟା ଖେଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ!