Masthead

ପର୍ଯ୍ୟଟକଙ୍କ ପାଇଁ ୩ମାସ ଭିତରକନିକା ବନ୍ଦ

କେନ୍ଦ୍ରାପଡ଼ା(ବଡ଼ ଖବର ବ୍ୟୁରୋ): ଆଜିଠୁ ୩ମାସ ଯାଏଁ ଭିତରକନିକା ବନ୍ଦ । ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । ଜୁଲାଇ ୩୧ ଯାଏଁ ପର୍ୟ୍ୟଟକଙ୍କ ପ୍ରବେଶ ଉପରେ କଟକଣା ଲଗାଯାଇଛି। ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ପାଖେଇ ଆସୁଛି । ଏହାକୁ ଦୃଷ୍ଟିରେ ରଖି ଉଭୟ ପର୍ୟ୍ୟଟକ ଓ କୁମ୍ଭୀରଙ୍କ ସୁରକ୍ଷା ଦୃଷ୍ଟିରୁ ରାଜନଗର ବନ ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ପ୍ରଜନନ ଋତୁ ସମୟରେ କୁମ୍ଭୀର ହେନ୍ତାଳ ଓ ଖରଖରି ପତ୍ରରେ ବସା ବାନ୍ଧନ୍ତି । ନଦୀକୂଳ ଠାରୁ ଜୁଆର ଛୁଇଁପାରୁନଥିବା ନିରାପଦ ସ୍ଥାନରେ ବସାବାନ୍ଧି ଅଣ୍ଡା ଦେଇଥାନ୍ତି । ଏହି ସମୟରେ କୁମ୍ଭୀର ଅଧିକ ହିଂସ୍ର ହୋଇଥାନ୍ତି । ସେଥିପାଇଁ ଆସନ୍ତା ୩ମାସ ପର୍ଯ୍ୟନ୍ତ ଜାତୀୟ ଉଦ୍ୟାନରେ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ କଟକଣା ଲଗାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ