Masthead

ଆଜିଠୁ କମିବ ତାପମାତ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ କମିବ ତାପମାତ୍ରା । ପୁଣି ତାତିରୁ ମିଳିବ ଆଶ୍ୱସ୍ତି । ରାଜ୍ୟରେ ଆସନ୍ତା ୪ଦିନ ପର୍ୟ୍ୟନ୍ତ ଏଭଳି ପାଗ ଜାରି ରହିବ । ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଜାରି ରହିଥିବାରୁ ତାପମାତ୍ରା କମିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ଆକଳନ କରାଯାଇଛି ।

ଆଜି କାଳବୈଶାଖୀ ନେଇ ୨୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଏହି ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ବିଶେଷକରି ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ଅଧିକ ରହିଛି ।

ଗଜପତି, ମାଲକାନଗିରି, କେରାପୁଟ, ରାୟଗଡା, କଳାହାଣ୍ଡି, କନ୍ଧମାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ମୟୁରଭଞ୍ଜ, ଝାରସୁଗୁଡା, ବେବଗଡ଼, ଅନୁଗୁଳ ଆଦି ଜିଲ୍ଲାରେ ଘଡଘଡି ସହ ବର୍ଷା ହୋଇପାରେ । ସେହିପରି ମେ ୨, ୩, ୪ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶରେ ବର୍ଷା ସମ୍ଭବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼