Masthead

ମା’ ବୁଢ଼ୀ ଠାକୁରାଣୀ ଯାତ୍ରାର ଆଜି ଶେଷ ଦିନ

ଗଞ୍ଜାମ(ବଡ଼ ଖବର ବ୍ୟୁରୋ): ବ୍ରହ୍ମପୁର ମା’ ବୁଢୀ ଠାକୁରାଣୀ ଯାତ୍ରାର ଆଜି ଶେଷ ଦିନ । ଦିନ ସାରା ଅସ୍ଥାୟୀ ମଣ୍ଡପରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ମା’ । ମଧ୍ୟରାତ୍ରୀରେ ମୁଖ୍ୟମନ୍ଦିରକୁ ଫେରିବେ । ବାପଘରୁ ଭାରତୁରା ନେଇ ଶାଶୂଘରକୁ ଯିବେ ମାଆ ସାଆନ୍ତାଣୀ । ଝିଅ ବିଦାବେଳେ ବାପଘର ସାହିରେ ଦେଖିବାକୁ ମିଳିବ ଭାବପୂର୍ଣ୍ଣ ଦୃଶ୍ୟ । ଏହାପରେ ବେଷଭୂଷା ସହ ଦେଶିବେହେରା ସାହିରୁ ମୁଖ୍ୟ ମନ୍ଦିରକୁ ବାହାରିବ ବିରାଟ ପଟୁଆର । ବିଭିନ୍ନ ସାହି ପରିକ୍ରମା କରିବା ସହ ମାନସିକଧାରୀ ଶ୍ରଦ୍ଧାଳୁମାନେ ନିଜ ମାନସିକ ଘଟକୁ ଧରି ମାଆଙ୍କ ପଛେ ପଛେ ଯାତ୍ରା କରିବେ । ମାନସିକଧାରୀ ମୁଖ୍ୟ ମନ୍ଦିରରେ ଘଟ ବିସର୍ଜନ କରି ଘରକୁ ଫେରିବେ । ମାଆ ଫେରୁଥିବାରୁ ସାହିରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାଂଲାଦେଶ ନୋଟରୁ ହଟିଲା ଶେଖ୍ ମୁଜିବୁରଙ୍କ ଫଟୋ 🔴 କମଲ ହାସନଙ୍କ ‘ଠଗ୍ ଲାଇଫ’ ବିବାଦ 🔴 ଜମ୍ମୁକାଶ୍ମୀରର ଚେନାବ ରେଳ ସେତୁ, କ’ଣ ରହିଛି ଏଠି… 🔴 ଝଲସି ଉଠିଲା ଅଯୋଧ୍ୟା ରାମ ମନ୍ଦିରର ଶିଖର 🔴 କିଏ ଜିତିବ ଆଇପିଏଲ ଫାଇନାଲ ମ୍ୟାଚ 🔴 ଖୁବଶୀଘ୍ର ତୃତୀୟ ବିଶ୍ୱଯୁଦ୍ଧ! 🔴 ରଜିତ ଗୁପ୍ତା ହେଲେ JEE ଆଡଭାନ୍ସ ଟପ୍ପର 🔴 ରାଜୀବ ଶୁକ୍ଳା ହୋଇପାରନ୍ତି ବିସିସିଆଇର ସଭାପତି 🔴 ଫାଇନାଲରେ ପଞ୍ଜାବ କିଙ୍ଗସ୍‌ 🔴 ଅତିରିକ୍ତ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ 🔴 ବାଂଲାଦେଶ ନୋଟରୁ ହଟିଲା ଶେଖ୍ ମୁଜିବୁରଙ୍କ ଫଟୋ 🔴 କମଲ ହାସନଙ୍କ ‘ଠଗ୍ ଲାଇଫ’ ବିବାଦ 🔴 ଜମ୍ମୁକାଶ୍ମୀରର ଚେନାବ ରେଳ ସେତୁ, କ’ଣ ରହିଛି ଏଠି… 🔴 ଝଲସି ଉଠିଲା ଅଯୋଧ୍ୟା ରାମ ମନ୍ଦିରର ଶିଖର 🔴 କିଏ ଜିତିବ ଆଇପିଏଲ ଫାଇନାଲ ମ୍ୟାଚ 🔴 ଖୁବଶୀଘ୍ର ତୃତୀୟ ବିଶ୍ୱଯୁଦ୍ଧ! 🔴 ରଜିତ ଗୁପ୍ତା ହେଲେ JEE ଆଡଭାନ୍ସ ଟପ୍ପର 🔴 ରାଜୀବ ଶୁକ୍ଳା ହୋଇପାରନ୍ତି ବିସିସିଆଇର ସଭାପତି 🔴 ଫାଇନାଲରେ ପଞ୍ଜାବ କିଙ୍ଗସ୍‌ 🔴 ଅତିରିକ୍ତ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ