Masthead

ପରଲୋକରେ ୧୯୪୨ ଭାରତ ଛାଡ଼ ଆନ୍ଦୋଳନର ସିପାହୀ ନିଶାକର ଦାସ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପରଲୋକରେ ୧୯୪୨ ଭାରତ ଛାଡ଼ ଆନ୍ଦୋଳନର ସିପାହୀ ନିଶାକର ଦାସ । ୧୦୨ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ଆଜି କୋରାପୁଟର ପାଡୁଆ ସ୍ଥିତ କୁଲାବିର ଆଶ୍ରମରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସେ ହେଉଛନ୍ତି ବିଶିଷ୍ଠ ସ୍ୱାଧୀନତା ସଂଗ୍ରାମୀ ତଥା ଭୂଦାନ ଆନ୍ଦୋଳନରେ ଅନ୍ୟତମ ନେତା । ଉତ୍କଳ ସର୍ବୋଦୟ ମଣ୍ଡଳର ପ୍ରାକ୍ତନ ସଭାପତି ଥିଲେ ନିଶାକର। ଖରସୁଆଁରୁ କୁଲାବିରି ଆତ୍ମଜୀବନୀର ଲେଖକ ଭାବେ ସେ ବେଶ ପରିଚିତ । ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ ଆଦି ସଂଗଠନର ମାର୍ଗଦର୍ଶକ ରୂପେ କାର୍ଯ୍ୟରତ ଥିଲେ । ସେହି ଶତାୟୁ ସଂଗ୍ରାମୀ ନିଶାକର ଦାସଙ୍କର ଆଜି ବିୟୋଗ ହୋଇଛି ।

ସେ ଗୋପବନ୍ଧୁ ଚୌଧୁରୀ, ରମାଦେବୀ, ନବକୃଷ୍ଣ ଚୌଧୁରୀ, ଆଚାର୍ଯ୍ୟ ହରିହର ଦାସ, ଗୁଣନିଧି ମହାନ୍ତି, ବିଶ୍ଵନାଥ ପଟ୍ଟନାୟକ, ମହମ୍ମଦ ବାଜୀ ଆଦିଙ୍କର ଘନିଷ୍ଠ ସହଯୋଗୀ ଥିଲେ। ଯାଜପୁର ଜିଲ୍ଲାର ସିଂହପୁର ଗାଁରେ ଏକ ବୈଷ୍ଣବ ପରିବାରରେ ଜନ୍ମ ହୋଇଥିଲେ ସ୍ୱାଧୀନତା ସଂଗ୍ରାମୀ ନିଶାକର ଦାସ । ଛୋଟ ବେଳୁ ଦାରିଦ୍ର୍ୟ, ଅସ୍ପୃଶ୍ୟତା, ସାମାଜିକ ଘୃଣା ବିରୋଧରେ ସେ ଲଢ଼ିଥିଲେ । ପରେ ସେ ସର୍ବୋଦୟ ଆନ୍ଦୋଳନରେ ଯୋଗ ଦେଇଥିଲେ । ଏପରିକି ବିନୋବା ଭାବେଙ୍କ ସହ ପଦଯାତ୍ରାରେ ଓଡ଼ିଶାର ବିଭିନ୍ନ ସ୍ଥାନକୁ ଗସ୍ତ କରି ଗ୍ରାମଦାନ ଆନ୍ଦୋଳନ ବିଷୟରେ ଲୋକଙ୍କୁ ବୁଝାଉଥିଲେ । କ୍ରାନ୍ତି ଆନ୍ଦୋଳନ ଠାରୁ ଆରମ୍ଭ କରି ବର୍ତ୍ତମାନର ସାମ୍ରାଜ୍ୟବାଦ ବିରୋଧୀ ଆନ୍ଦୋଳନରେ ଆଗରେ ରହିଥିଲେ ନିଶାକର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା