ବାତ୍ୟାକୁ ନେଇ ସବୁ ବିଭାଗକୁ ପ୍ରସ୍ତୁତି ନିର୍ଦ୍ଦେଶ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାକୁ ଘାରିଛି ବାତ୍ୟା ଭୟ । ଆସନ୍ତା ୬ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଲଘୁଚାପର ରୂପ ନେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳୁଛି । ତେବେ ସମ୍ଭାବ୍ୟ ବାତ୍ୟା ଆଶଙ୍କା କରି ଏବେଠୁ ସତର୍କ ହୋଇଛନ୍ତି ରାଜ୍ୟ ସରକାର । ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ରହିଛନ୍ତି । ଏଥିପାଇଁ ସମସ୍ତ ବିଭାଗକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ବାତ୍ୟା ପାଇଁ ୧୧ ବିଭାଗ ଓ ସବୁ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି ।

ପୂର୍ବରୁ ମେ’ ରେ ବାତ୍ୟା ହେଉଥିବାରୁ ଆମେ ପ୍ରସ୍ତୁତି କରୁଛି । ବାତ୍ୟା ଆଶ୍ରୟସ୍ଥଳ ପ୍ରସ୍ତୁତ ରଖିବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି । କାଲିଠାରୁ ଜିଲ୍ଲାମାନଙ୍କରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ ଚାଲିଛି । ଏନଡ଼ିଆରଏଫ ଓଡ୍ରାଫ ପର୍ଯ୍ୟାପ୍ତ ପରିମାଣରେ ପ୍ରସ୍ତୁତ ରହିଛନ୍ତି । ୬ ତାରିଖ ସୁଦ୍ଧା କେବଳ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ବୋଲି କୁହାଯାଉଛି । ପ୍ରେସମିଟ କରି ସୂଚନା ଦେଲେ ଏସଆରସି ସତ୍ୟବ୍ରତ ସାହୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ