ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାକୁ ପୁଣି ବାତ୍ୟାର ଭୟ । ୬ ରେ ହେବ ଘୂର୍ଣ୍ଣିବଳୟ । ୪୮ ଘଣ୍ଟା ପରେ ଏହା ଲଘୁଚାପର ରୂପ ନେବ । ବାତ୍ୟାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ଆଜି ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ ।
ବୈଠକରେ ଯୋଗ ଦେବେ ବିଦ୍ୟୁତ ବିଭାଗ, ଅଗ୍ନିଶମ ବିଭାଗ, ଜଳ ବିଭାଗ ସମେତ ବିଏମସିର ଉଚ୍ଚ ପଦାଧିକାରୀ । ଏନେଇ ବିଏମସିର ସମସ୍ତ ଟିମ୍ ପ୍ରସ୍ତୁତ ରହିଛନ୍ତି । ସମ୍ଭାବ୍ୟ ବାତ୍ୟାକୁ ନେଇ ସଜାଗ ଅଛନ୍ତି ସମସ୍ତ ଅଫିସର । ସେପଟେ ବାତ୍ୟାକୁ ଦୃଷ୍ଟିରେ ରଖି ଆଗୁଆ ପ୍ରସ୍ତୁତି କରିଛନ୍ତି ରାଜ୍ୟସରକାର ।