Masthead

ବାଂଲାଦେଶ-ମିଆଁମାର ମୁହାଁ ହୋଇପାରେ ବାତ୍ୟା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ନେଇ ଓଡ଼ିଶାକୁ ଘାରିଛି ଭୟ । ବାଂଲାଦେଶ ମିଆଁମାର ମୁହାଁ ହୋଇପାରେ ବାତ୍ୟା । ଆକଳନ କରିଛି ୱିଣ୍ଡି ଓ ଇସିଏମଡବ୍ଲ୍ୟୁଏଫ ପାଣିପାଗ ସଂସ୍ଥା । ୬ ତାରିଖରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଏହାପରେ ୪୮ ଘଣ୍ଟା ପରେ ଲଘୁଚାପର ରୂପ ନେବ । ପାଣିପାଗ ବିଭାଗର ଆକଳନ ପରେ ବଢିଛି ବାତ୍ୟା ଭୟ । ଲଘୁଚାପ ବାତ୍ୟାର ରୂପ ନେବ କି ନାହିଁ ସେ ନେଇ ଭାରତୀୟ ପାଣିପାଗ ବିଭାଗ ସ୍ପଷ୍ଟ କରିନାହିଁ । ଲଘୁଚାପ ଅବପାତର ରୂପ ନେବା ପରେ, ଚିତ୍ର ସ୍ପଷ୍ଟ ହେବ ବୋଲି ଆଇଏମଡି ପକ୍ଷରୁ କୁହାଯାଇଛି ।

କିନ୍ତୁ ପୂର୍ବରୁ ମେ ମାସରେ ଆସିଥିବା ବାତ୍ୟା ଓଡ଼ିଶା ମୁହାଁ ହୋଇ ବ୍ୟାପକ କ୍ଷୟକ୍ଷତି ହୋଇଛି । ଯେଉଁଥିପାଇଁ ଆଶଙ୍କା ବଢିଯାଇଛି । ଏବେ ସମ୍ଭାବ୍ୟ ବାତ୍ୟା ବାଂଲା- ମିଆଁମାର ମୁହାଁ ହୋଇପାରେ ବୋଲି ୱିଣ୍ଡି ଓ ଇସିଏମଡବ୍ଲ୍ୟୁଏଫ ପକ୍ଷରୁ ଆକଳନ କରଯାଉଛି । ମେ’ ଦ୍ୱିତୀୟ ସପ୍ତାହରେ ଦକ୍ଷିଣ ବଙ୍ଗୋପସାଗରରେ ଶ୍ରୀଲଙ୍କା ନିକଟରେ ବାତ୍ୟା ସୃଷ୍ଟି ହୋଇପାରେ ବୋଲି ପାଣିପାଗ ସଂସ୍ଥା ସ୍କାଏମେଟର ଆକଳନ କରିଛି । ମେ’ ୧୦ବେଳକୁ ବାତ୍ୟା ହେବାର ଆଶଙ୍କା ରିହଛି । ଗ୍ରୀଷ୍ମକାଳିନ ବାତ୍ୟା ଆକସ୍ମିକ ହୋଇଥିବାରୁ, ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ଆଗୁଆ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି ରାଜ୍ୟ ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ