Masthead

ଦୁର୍ବୁତ୍ତ ଭାଙ୍ଗିଲେ ଅଙ୍ଗନବାଡି

ବୀରମହାରାଜପୁର, (ବଡ଼ ଖବର ବ୍ୟୁରୋ): ରାତି ଅଧିଆ କିଛି ଦୁର୍ବୁତ୍ତ ଅଙ୍ଗନବାଡ଼ି କେନ୍ଦ୍ରକୁ ଭାଙ୍ଗି ଦେଇଛନ୍ତି । ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ବାଗବର ପଞ୍ଚାୟତ ଦେଉଳି ଗ୍ରାମରେ । ଉକ୍ତ ଗ୍ରାମର ଅଙ୍ଗନବାଡି କେନ୍ଦ୍ରକୁ ଗତକାଲି ବିଳମ୍ବିତ ରାତିରେ କେହି ଦୁର୍ବୁତ୍ତ ଭାଙ୍ଗି ଦେଇଥିବା ଅଭିଯୋଗ ହୋଇଛି । ୨୦୧୬ ମସିହାରେ ଏହି ଗ୍ରାମରେ ଅଙ୍ଗନବାଡି କେନ୍ଦ୍ର(୧)ର ଗୃହ ନିର୍ମାଣ କରାଯାଇଥିଲା । କିଛିବର୍ଷ ପରେ ଆଉ ଜଣେ ଅଙ୍ଗନବାଡି କର୍ମୀଙ୍କୁ ନିଯୁକ୍ତି ଦିଆଯାଇଛି ।

ଅଙ୍ଗନବାଡି କେନ୍ଦ୍ର (୨) ପାଇଁ ୨୦୨୦ ମସିହାରେ ନୂତନ ଗୃହ ନିର୍ମାଣ ପାଇଁ ସରକାରଙ୍କ ପକ୍ଷରୁ ଅର୍ଥ ମଞ୍ଜୁର କରାଯାଇଛି । କିନ୍ତୁ ଦୁଃଖର ବିଷୟ ୨୦୧୬ ମସିହାରେ ତିଆରି ହୋଇଥିବା ଘରକୁ ଭାଙ୍ଗି ସେଠାରେ ନୂତନ ଘର ନିର୍ମାଣକୁ ଗ୍ରାମବାସୀ ବିରୋଧ କରୁଛନ୍ତି । ଏ ସମ୍ପର୍କରେ ଉପଜିଲ୍ଲାପାଳ, ବିଡ଼ିଓ , ଶିଶୁ ବିକାଶ ଅଧିକାରୀଙ୍କୁ ଲିଖିତ ଅଭିଯୋଗ କରିବା ସହ ଅଙ୍ଗନବାଡି କୋଠା ଭାଙ୍ଗି ଥିବା ଲୋକଙ୍କ ବିରୁଦ୍ଧରେ ଦୃଢ କାର୍ୟ୍ୟାନୁଷ୍ଠାନ ଦାବି କରିଛନ୍ତି ଗ୍ରାମବାସୀ । ଅଭିଯୁକ୍ତଙ୍କ ବିରୋଧରେ କେବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି ଦେଖିବାକୁ ବାକି ରହିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା