Masthead

ମର୍ମନ୍ତୁଦ ଦୁର୍ଘଟଣା, ଗୋଟିଏ ପରିବାରରୁ ଆଖି ବୁଜିଲେ ୧୦ ସଦସ୍ୟ

ଛତିଶଗଡ଼ (ବଡ଼ ଖବର ବ୍ୟୁରୋ): ଛତିଶଗଡର ଧାମତାରି ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜାଗତରା ନିକଟ କାନକେର ଜାତୀୟ ରାଜପଥ ଉପରେ ଏକ ଟ୍ରକକୁ ବୋଲେରୋ ପିଟି ହେବା ଫଳରେ ଗୋଟିଏ ପରିବାରର ୧୦ଜଣଙ୍କ ମୃତ୍ୟୁ ହୋଇଛି। ଘଟଣା ପରେ ଟ୍ରକ ଡ୍ରାଇଭର ଫେରାର ହୋଇଯାଇଛି । ମୃତକଙ୍କ ମଧ୍ୟରେ ଅଛନ୍ତି ଜଣେ ଶିଶୁ ।

ସୂଚନା ଅନୁସାରେ ବିବାହ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଥିବା ବେଳେ ଏହି ଅଘଟଣ ଘଟିଛି । ଟ୍ରକ ବୋଲେରୋକୁ ଧକ୍କା ଦେଇଥିବା ବେଳେ ଘଟଣାସ୍ଥଳରେ ହିଁ ସମସ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । କାଙ୍କେରର ଚରମା ମରକାଟୋଲାକୁ ବିବାହ କାର୍ଯ୍ୟକ୍ରମ ପାଇଁ ଯାଉଥିଲେ । ରାସ୍ତାରେ ଦ୍ରୁତ ଗତିରେ ଆସୁଥିବା ଟ୍ରକ ଧକ୍କା ଦେଇଥିଲା । ଏହି ଘଟଣାକୁ ନେଇ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଶୋକ ପ୍ରକାଶ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୀତବାସ ପଣ୍ଡାଙ୍କୁ ଦେଶୀ ବନ୍ଧୁକରୁ ଗୁଳି ମାଡ଼! 🔴 ଆଜି ବିଜେପିର କୋର କମିଟି ବୈଠକ 🔴 ଆଜି ବି ବର୍ଷିବ 🔴 ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ; ୩ ଶ୍ରମିକ ମୃତ 🔴 ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ 🔴 ପୀତବାସ ପଣ୍ଡାଙ୍କୁ ଦେଶୀ ବନ୍ଧୁକରୁ ଗୁଳି ମାଡ଼! 🔴 ଆଜି ବିଜେପିର କୋର କମିଟି ବୈଠକ 🔴 ଆଜି ବି ବର୍ଷିବ 🔴 ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ; ୩ ଶ୍ରମିକ ମୃତ 🔴 ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ