Masthead

ମର୍ମନ୍ତୁଦ ଦୁର୍ଘଟଣା, ଗୋଟିଏ ପରିବାରରୁ ଆଖି ବୁଜିଲେ ୧୦ ସଦସ୍ୟ

ଛତିଶଗଡ଼ (ବଡ଼ ଖବର ବ୍ୟୁରୋ): ଛତିଶଗଡର ଧାମତାରି ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜାଗତରା ନିକଟ କାନକେର ଜାତୀୟ ରାଜପଥ ଉପରେ ଏକ ଟ୍ରକକୁ ବୋଲେରୋ ପିଟି ହେବା ଫଳରେ ଗୋଟିଏ ପରିବାରର ୧୦ଜଣଙ୍କ ମୃତ୍ୟୁ ହୋଇଛି। ଘଟଣା ପରେ ଟ୍ରକ ଡ୍ରାଇଭର ଫେରାର ହୋଇଯାଇଛି । ମୃତକଙ୍କ ମଧ୍ୟରେ ଅଛନ୍ତି ଜଣେ ଶିଶୁ ।

ସୂଚନା ଅନୁସାରେ ବିବାହ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଥିବା ବେଳେ ଏହି ଅଘଟଣ ଘଟିଛି । ଟ୍ରକ ବୋଲେରୋକୁ ଧକ୍କା ଦେଇଥିବା ବେଳେ ଘଟଣାସ୍ଥଳରେ ହିଁ ସମସ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । କାଙ୍କେରର ଚରମା ମରକାଟୋଲାକୁ ବିବାହ କାର୍ଯ୍ୟକ୍ରମ ପାଇଁ ଯାଉଥିଲେ । ରାସ୍ତାରେ ଦ୍ରୁତ ଗତିରେ ଆସୁଥିବା ଟ୍ରକ ଧକ୍କା ଦେଇଥିଲା । ଏହି ଘଟଣାକୁ ନେଇ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଶୋକ ପ୍ରକାଶ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି