Masthead

ରାଜଧାନୀରୁ କେତେ ପଜିଟିଭ୍ ଜାଣନ୍ତୁ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ରାଜଧାନୀ ଭୁବନେଶ୍ୱରରେ ବେକାବୁ ହେଉଛି କରୋନା ସ୍ଥିତି । ରାଜଧାନୀ ବାସୀଙ୍କ ଅମାନିଆପଣ ଯୋଗୁଁ ଦିନ ପ୍ରତିଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ଭୁବନେଶ୍ୱରରୁ ୨୮୧ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୮୯ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୯୨ଜଣ ରହିଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହିତ ଆଜି ଭୁବନେଶ୍ୱରରୁ ୩୧୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି ।

 

ଆଜି ଚିହ୍ନଟ ହୋଇଥିବା ୨୮୧ଜଣଙ୍କୁ ମିଶାଇ ରାଜଧାନୀରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୬ ହଜାର ୧୬ରେ ପହଞ୍ଚିଛି । ଏଥିମଧ୍ୟରୁ ୨୨୫୨୫ଜଣ ସୁସ୍ଥ ହୋଇ ଘରକୁ ଫେରିଯାଇଛନ୍ତି ଏବଂ ୩୩୪୮ଜଣ କରୋନା ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଅନ୍ୟପଟେ ବର୍ତ୍ତମାନ ସୁଦ୍ଧା ୧୨୨ଜଣଙ୍କର ମୁଣ୍ଡ ନେଇ ସାରିଲାଣି ମହାମାରୀ କରୋନା । ଭୁବନେଶ୍ୱରରେ ସ୍ଥାନୀୟ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଏହା ପ୍ରଶାସନର ଚିନ୍ତାର କାରଣ ପାଲଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାଂଲାଦେଶ ନୋଟରୁ ହଟିଲା ଶେଖ୍ ମୁଜିବୁରଙ୍କ ଫଟୋ 🔴 କମଲ ହାସନଙ୍କ ‘ଠଗ୍ ଲାଇଫ’ ବିବାଦ 🔴 ଜମ୍ମୁକାଶ୍ମୀରର ଚେନାବ ରେଳ ସେତୁ, କ’ଣ ରହିଛି ଏଠି… 🔴 ଝଲସି ଉଠିଲା ଅଯୋଧ୍ୟା ରାମ ମନ୍ଦିରର ଶିଖର 🔴 କିଏ ଜିତିବ ଆଇପିଏଲ ଫାଇନାଲ ମ୍ୟାଚ 🔴 ଖୁବଶୀଘ୍ର ତୃତୀୟ ବିଶ୍ୱଯୁଦ୍ଧ! 🔴 ରଜିତ ଗୁପ୍ତା ହେଲେ JEE ଆଡଭାନ୍ସ ଟପ୍ପର 🔴 ରାଜୀବ ଶୁକ୍ଳା ହୋଇପାରନ୍ତି ବିସିସିଆଇର ସଭାପତି 🔴 ଫାଇନାଲରେ ପଞ୍ଜାବ କିଙ୍ଗସ୍‌ 🔴 ଅତିରିକ୍ତ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ 🔴 ବାଂଲାଦେଶ ନୋଟରୁ ହଟିଲା ଶେଖ୍ ମୁଜିବୁରଙ୍କ ଫଟୋ 🔴 କମଲ ହାସନଙ୍କ ‘ଠଗ୍ ଲାଇଫ’ ବିବାଦ 🔴 ଜମ୍ମୁକାଶ୍ମୀରର ଚେନାବ ରେଳ ସେତୁ, କ’ଣ ରହିଛି ଏଠି… 🔴 ଝଲସି ଉଠିଲା ଅଯୋଧ୍ୟା ରାମ ମନ୍ଦିରର ଶିଖର 🔴 କିଏ ଜିତିବ ଆଇପିଏଲ ଫାଇନାଲ ମ୍ୟାଚ 🔴 ଖୁବଶୀଘ୍ର ତୃତୀୟ ବିଶ୍ୱଯୁଦ୍ଧ! 🔴 ରଜିତ ଗୁପ୍ତା ହେଲେ JEE ଆଡଭାନ୍ସ ଟପ୍ପର 🔴 ରାଜୀବ ଶୁକ୍ଳା ହୋଇପାରନ୍ତି ବିସିସିଆଇର ସଭାପତି 🔴 ଫାଇନାଲରେ ପଞ୍ଜାବ କିଙ୍ଗସ୍‌ 🔴 ଅତିରିକ୍ତ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ