Masthead

ନିଶାମୁକ୍ତ ଓଡ଼ିଶା କ୍ୟାମ୍ପେନର ଶୁଭାରମ୍ଭ କଲେ ରାଷ୍ଟ୍ରପତି ମୁର୍ମୁ

ବାରିପଦା (ବଡ଼ ଖବର ବ୍ୟୁରୋ): ଚଳଚଞ୍ଚଳ ବାବଦମ ପାହାଡ । ସକାଳୁ ସକାଳୁ ଲୋକଙ୍କ ଭିଡ ଜମିଥିଲା ବାଦାମପାହାଡ଼ ଏୟାର ଷ୍ଟ୍ରିପ୍ରେରେ। ଠିକ୍ ସମୟରେ ଆକାଶରେ ଦେଖାଗଲା ହେଲିକପ୍ଟର । ବାୟୁ ସେନାର ସ୍ୱତନ୍ତ୍ର ହେଲିକେପ୍ଟର । ହେଲିକେପ୍ଟର ଓହ୍ଲାଇବା ମାତ୍ରେ ରାଷ୍ଟ୍ରପତିଙ୍କୁ ରାଜ୍ୟବାସୀଙ୍କ ପକ୍ଷରୁ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ, ରାଜ୍ୟ ସରକାରଙ୍କ ପକ୍ଷରୁ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ମୟୂରଭଞ୍ଜ ଜିଲ୍ଲାର ସମସ୍ତ ବିଧାୟକ, ବରିଷ୍ଠ ପ୍ରଶାସନ୍ଖଳ ଅଧିକାରୀ ସ୍ୱାଗତ କରିଥିଲେ । ସେଠାରୁ ଶାଶୂଘର ଗାଁ ପାହାଡ଼ପୁର ଯାଇଥିଲେ ରାଷ୍ଟ୍ରପତି । ସେଠାରେ ତାଙ୍କ ସ୍ୱାମୀ ସ୍ବର୍ଗତ ଶ୍ୟାମଚରଣ ମୁର୍ମୁଙ୍କୁ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି ରାଷ୍ଟ୍ରପତି ।

ସେଠାରୁ ଗୋଷାଣୀରେ ନାବାର୍ଡ ପକ୍ଷରୁ ଏସଏଲଏସ ଟ୍ରଷ୍ଟ ସ୍କୁଲ ପାଇଁ ନିର୍ମିତ ହେବାକୁ ଥିବା କମ୍ୟୁନିଟି ସେଣ୍ଟରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏଲ ଆଣ୍ଡ ଟି ଦ୍ବାରା ପ୍ରତିଷ୍ଠା କରାଯାଉଥିବା ଦକ୍ଷତା ବିକାଶ କେନ୍ଦ୍ରର ଶିଳାନ୍ୟାସ କରି ସ୍କୁଲ ଛାତ୍ରଛାତ୍ରୀ ଓ ଗାଁ ଲୋକଙ୍କ ସହ ଆଲୋଚନା କରିଥିଲେ । ପରେ ହାତବାଦ୍ରାର ସାତପଉଟିଆରେ ପ୍ରଜାପିତା ବ୍ରହ୍ମକୁମାରୀ କେନ୍ଦ୍ର ପରିଦର୍ଶନ କରି ନିଶାମୁକ୍ତ ଓଡ଼ିଶା କ୍ୟାମ୍ପେନର ଶୁଭାରମ୍ଭ କରିଛନ୍ତି ରାଷ୍ଟ୍ରପତି । ପୂର୍ତ୍ତ ବିଭାଗ ଡାକବଙ୍ଗଳାରେ ମଧ୍ୟାହ୍ନ ଭୋଜନ ସାରି ବିଶ୍ରାମ ନେଇ ରାଇରଙ୍ଗପୁରରେ ସୂନାରାମ ସୋରେନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ବଡବନ୍ଧଠାରେ ଶହେ ଫୁଟ ଉଚ୍ଚତାରେ ଜାତୀୟ ପତାକା ଉତ୍ତୋଳନ କରିବା ପରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହ ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗଦେଇଥିଲେ ମହାମହିମ । ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ପୌରପରିଷଦ ନାଗରିକ ସମ୍ବର୍ଦ୍ଧନା ସଭାରେ ଯୋଗଇଛନ୍ତି ରାଷ୍ଟ୍ରପତି । ରାଷ୍ଟ୍ରପତି ରାତିରେ ମହୁଳଢିହା ବଙ୍ଗଳାରେ ରାତ୍ରୀଯାପନ କରିବା କାର୍ୟ୍ୟକ୍ରମ ରହିଛି । ଆସନ୍ତାକାଲି ଶିମିଳିପାଳ ଅଭୟାରଣ୍ୟ ପରିଦର୍ଶନ କରିବେ ମହାମହିମ । ସେହିପରି ୬ ତାରିଖରେ ଶ୍ରୀରାମଚନ୍ଦ୍ର ଭଞ୍ଜଦେବ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ମହାମହିମ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି