Masthead

ଡମ୍ପରକୁ ଧକ୍କା ଦେଲା ଟ୍ରକ: ୨ ମୃତ, ୨ ଗୁରୁତର

ବାଲେଶ୍ଵର(ବଡ଼ ଖବର ବ୍ୟୁରୋ): ବାଲେଶ୍ଵର ୧୬ ନମ୍ବର ଜାତୀୟ ରାଜପଥ ସୋର କଲେଜ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଡମ୍ପରକୁ ଧକ୍କା ଦେଲା ଟ୍ରକ ମିନି ଟ୍ରକ । ଘଟଣା ସ୍ଥଳରେ ଦୁଇ ଯୁବକଙ୍କ ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର ଆହାତ ହୋଇଛନ୍ତି । ଦୁଇ ଗୁରୁତରଙ୍କୁ ସୋର ମେଡିକାଲରେ ଭର୍ତ୍ତି କରାଯାଇଛି । ମୃତ ଦୁଇ ଯୁବକ ହେଲେ ସୈଫୁଲ ଗାଜି ଓ ଅଶ୍ରଫ ସର୍ଦ୍ଦାର ଏଵଂ ଗୁରୁତର ଦୁଇ ଯୁବକ ହେଲେ ସେଫ ସର୍ଦ୍ଦାର ଓ ଆଲମ୍ ଗିରିକ । ସମସ୍ତଙ୍କ ଘର ପଶ୍ଚିମବଙ୍ଗର ଅଞ୍ଚଳର ହୋଇଥିବା ଜଣାପଡିଛି ।

ଭୋର ସମୟରେ ଏକ ଟ୍ରକ୍ ଖୋର୍ଦ୍ଧାରୁ କୁକୁଡ଼ା ଦେଇ ପଶ୍ଚିମବଙ୍ଗ ଫେରୁଥିବା ବେଳେ ସୋର କଲେଜଛକ ନିକଟରେ ରାସ୍ତାକଡ଼ରେ ଠିଆ ହୋଇଥିବା ଡମ୍ପର ପଛକୁ ଧକ୍କା ଦେଇଥିଲା। ଦୁର୍ଘଟଣା ପରେ ଟ୍ରକ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା। ଟ୍ରକରେ ଥିବା ୪ ଜଣ କ୍ୟାବିନରେ ଚାପି ହୋଇଯାଇଥିଲେ। ଅଗ୍ନିଶମ ବାହିନୀ ଓ ପୋଲିସ ପହଞ୍ଚି କ୍ୟାବିନ କାଟି ୪ଜଣଙ୍କୁ ଉଦ୍ଧାର କରିଥିଲେ। ପରେ ସେମାନଙ୍କୁ ଉଦ୍ଧାର କରି ସୋର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ୨ ଜଣଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ