Masthead

ଲଘୁଚାପ ପରେ ବାତ୍ୟାର ସ୍ପଷ୍ଟତା ଆସିବ: ଆଇଏମଡି ଡିଜି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାକୁ ନେଇ ଆଇଏମଡି ଡିଜିଙ୍କ ପ୍ରତିକ୍ରିୟା । ଲଘୁଚାପ କ୍ଷେତ୍ର ସୃଷ୍ଟି ହେଲା ପରେ ଜଣାପଡିବ ଗତିପଥ ଓ ତୀବ୍ରତା । ଆସନ୍ତାକାଲି ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାଖାପାଖି ଏକ ଘୂର୍ଣିବଳୟ ସୃଷ୍ଟି ହୋଇପାରେ । ଯାହାର ପ୍ରଭାବରେ ୭ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହା ଅଵପାତ ଓ ସାମୁଦ୍ରିକ ଝଡ଼ର ରୂପ ନେବାର ସମ୍ଭାବନା ରହିଛି । ସାମୁଦ୍ରିକ ଝଡ଼ ରୂପ ନେବା ପରେ ବଙ୍ଗୋପସାଗରରୁ ଧିରେ ଧିରେ ଉତ୍ତର ଆଡ଼କୁ ଗତି କରିବାର ସମ୍ଭାବନା ରହିଛି , ଏବଂ ଏହା ବାତ୍ୟାରେ ପରିଣତ ହୋଇପାରେ । ଲଘୁଚାପ କ୍ଷେତ୍ର ସୃଷ୍ଟି ହେଲା ପରେ ଏହାର ଗତିପଥ କେଉଁ ଆଡେ ରହିବ, ତୀବ୍ରତା କେତେ ରହିବ ଓ ଏହା କେଉଁ ଉପକୂଳ ଆଡକୁ ମୁହାଁଇବ ସେ ନେଇ ସ୍ପଷ୍ଟତା ଆସିବ ।

ଓଡ଼ିଶା ଉପରେ ଏହାର ପ୍ରଭାବ ରହିବ କି ନାହିଁ ପରବର୍ତ୍ତୀ ସମୟରେ ସ୍ପଷ୍ଟ ହେବ। ସାଧାରଣତ ଖରାଦିନେ ଓ ଅକ୍ଟୋବର,ନଭେମ୍ବର, ଡିସେମ୍ବରରେ ବାତ୍ୟା ସୃଷ୍ଟି ହୋଇଥାଏ। ଖରାଦିନେ ଖାସ କରି ମେ ମାସରେ ଅଧିକ ବାତ୍ୟା ସୃଷ୍ଟି ହୋଇଥାଏ । ଏହା କିଛି ନୂଆ କଥା ନୁହେଁ। ଦେଖିବାକୁ ଗଲେ ଏହି ବାତ୍ୟଗୁଡ଼ିକର ପ୍ରଭାବ ଓଡ଼ିଶା ଉପରେ ଆଗରୁ ପଡ଼ିଛି। କିନ୍ତୁ ସବୁ ଥର ପଡ଼ିବ ବୋଲି ମଧ୍ୟ କହିପାରିବା ନାହିଁ। ତେଣୁ ପ୍ରଥମେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଉ ତା ପରେ ଯାଇ ଅକାଳନ କରିହେବ କେଉଁଠି ଏହାର ପ୍ରଭାବ ପକାଇବ, କେଉଁ ଅଞ୍ଚଳ ଉପରେ ରହିବ ଜଣାପଡିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି