ବାରିପଦା(ବଡ଼ ଖବର ବ୍ୟୁରୋ): ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠରେ ଶ୍ରଦ୍ଧା ସୁମନ ଅର୍ପଣ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଅଲଚିକି ଲିପିର ଉଦ୍ଭାବକ ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଦାଣ୍ଡବୋସସ୍ଥିତ ସମାଧି ପୀଠରେ ରାଷ୍ଟ୍ରପତି ଆଦିବାସୀ ଭାଷାରେ ପ୍ରାର୍ଥନା ମଧ୍ୟ କରିଥିଲେ। ଅନ୍ୟପଟେ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦ କୋଟି ଟଙ୍କା ମଂଜୁର କରିଛନ୍ତି । ସାନ୍ତାଳି ଜାତି ପ୍ରତି ପଣ୍ଡିତ ମୁର୍ମୁଙ୍କ ଅବଦାନକୁ ସମ୍ମାନ ଜଣାଇ ରାଜ୍ୟ ସରକାର ତାଙ୍କ ଜୟନ୍ତୀ ବୁଦ୍ଧ ପୂର୍ଣ୍ଣିମାକୁ ମଧ୍ୟ ସରକାରୀ ଛୁଟି ଭାବରେ ଘୋଷଣା କରିଛନ୍ତି ।
Prev Post
Next Post
ଆଗକୁ ପଢନ୍ତୁ
