Masthead

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଆଜି ଶେଷ ଦିନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଆଜି ଶେଷ ଦିନ । ୩ ଦିନିଆ ଗସ୍ତରେ ଆସିଥିଲେ ମହାମହିମ । ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଦ୍ୱାଦଶ ସମାବର୍ତ୍ତନ ଉତ୍ସବରେ ମୁଖ୍ୟଅତିଥି ଭାବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେବେ । ଏହି କାର୍ଯ୍ୟକ୍ରମରେ ବିଶ୍ୱବିଦ୍ୟାଳୟର କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ପୌରହିତ୍ୟ କରିବେ । ପରେ ମଧ୍ୟାହ୍ନ ୧୨ଟା ୩୫ ମିନିଟରେ ମହାମହିମ କୋଲକତା ନେଇ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି । ଗତକାଲି ରାଷ୍ଟ୍ରପତି ଶିମିଳିପାଳ ଜାତୀୟ ଉଦ୍ୟାନ ବୁଲି ଦେଖିଥିଲେ । ତାଙ୍କ ସହ ପୁଲିସ ଡିଜି ଏବଂ ପରିବାର ଲୋକେ ମଧ୍ୟ ଶିମିଳିପାଳ ଯାଇଥିଲେ । ରାଷ୍ଟ୍ରପତି ଗତକାଲି ଚହଲାରେ ପହଞ୍ଚିବା ପରେ ଆଦିବାସୀ ପରମ୍ପରା ଅନୁସାରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା । ପରେ ପ୍ରସ୍ତୁତ ଥିବା ଏବହ ସ୍ୱତନ୍ତ୍ର ସଫାରି ଯୋଗେ ଶିମିଳିପାଳ ଉଦ୍ୟାନ ବୁଲିଥିଲେ ରାଷ୍ଟ୍ରପତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏମିତି ବି ଆସେ ମୃତ୍ୟୁ 🔴 ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍ 🔴 ପୂର୍ବ ଶତ୍ରୁତା ହେଲା କାଳ, ପୋଲିସକୁ ପଥରରେ ଛେଚି ହତ୍ୟା 🔴 ଟଳିଲେ ୩ ନକ୍ସଲ 🔴 ବଢ଼ୁଛି ଶୀତ, ଥରୁଛି ଓଡ଼ିଶା 🔴 ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା? 🔴 ଏମିତି ବି ଆସେ ମୃତ୍ୟୁ 🔴 ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍ 🔴 ପୂର୍ବ ଶତ୍ରୁତା ହେଲା କାଳ, ପୋଲିସକୁ ପଥରରେ ଛେଚି ହତ୍ୟା 🔴 ଟଳିଲେ ୩ ନକ୍ସଲ 🔴 ବଢ଼ୁଛି ଶୀତ, ଥରୁଛି ଓଡ଼ିଶା 🔴 ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା?