Masthead

ଜାମ୍ମୁ-କାଶ୍ମୀର ଯିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ଜାମ୍ମୁ-କାଶ୍ମୀର  (ବଡ଼ ଖବର ବ୍ୟୁରୋ): ଜାମ୍ମୁ କାଶ୍ମୀର ଯିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଗ୍ରାଉଣ୍ଡ ଜିରୋରୁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିବେ । ପ୍ରତିରକ୍ଷା ମନ୍ତ୍ରୀଙ୍କ ସହ ସେନା ମୁଖ୍ୟ ଜେନେରାଲ ମନୋଜ ପାଣ୍ଡେ ଜାମ୍ମୁ ଗସ୍ତ କରିବେ । ରଜୌରୀର କଣ୍ଡି ଜଙ୍ଗଲରେ ସେନା ଓ ଆତଙ୍କବାଦୀ ମଧ୍ୟରେ ଜାରି ରହିଛି ଗୁଳି ବିନିମୟ । ହେଲିକପ୍ଟର ଦ୍ୱାରା ସ୍ଥାନୀୟ ଅଞ୍ଚଳରେ ନଜର ରଖାଯାଇଛି । ସର୍ଚ୍ଚ ଅପରେସନ ମଧ୍ୟ ଜୋରଦାର କରାଯାଇଛି । ଭାରତୀୟ ସେନା ଓ ଆତଙ୍କବାଦୀଙ୍କ ମଧ୍ୟରେ ଗତକାଲି ଏହି ସ୍ଥାନରେ ଗୁଳି ବିନିମୟ ହୋଇଥିଲା । ଏଥିରେ ୫ଜଣ ଯବାନ ସହିଦ ହୋଇଥିଲେ । ରଜୌରୀ ଜିଲ୍ଲା କଣ୍ଡି ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ସୂଚନା ମିଳିବା ପରେ ସେନା ଓ ଜମ୍ମୁକଶ୍ମୀର ପୋଲିସ ମିଳିତ ସର୍ଚ୍ଚ ଅପରେସନ କରିଥିଲା । ଜଙ୍ଗଲ ଇଲାକାରେ ସର୍ଚ୍ଚ ଅପେରସନ ଚାଲୁଥିବା ସମୟରେ ସୁରକ୍ଷାକର୍ମୀଙ୍କ ଉପରକୁ ଅତର୍କିତ ଗୁଳିମାଡ କରିଥିଲେ ଆତଙ୍କବାଦୀ । ସେପଟେ ବାରମୁଲ୍ଲାରେ ମଧ୍ୟ ସେନା ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି । ଜଣେ ଆତଙ୍କବାଦୀ ନିପାତ ହୋଇଥିବା ସୂଚନା ମିଳିଛି । ଲସ୍କର-ଇ-ତୋଏବାର ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ