Masthead

୨୩ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ମାଫିଆ ଫେରାର

ଲମତାପୁଟ(ବଡ଼ ଖବର ବ୍ୟୁରୋ): କମାଣ୍ଡର ଜିପରୁ ୨୩ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ । ଚଳନ୍ତା ଗାଡ଼ିରୁ ଡେଇଁ ମାଫିଆ ଫେରାର । ଆନ୍ଧ୍ରପ୍ରଦେଶକୁ ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ିବସିଲା ମାଛକୁଣ୍ଡ ପୋଲିସ । ଜଲାପୁଟ ଅଞ୍ଚଳରୁ ଆସି ପାଡୁଆ ଦେଇ ଆନ୍ଧ୍ରପ୍ରଦେଶକୁ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ଖବର ପାଇଥିଲା ମାଛକୁଣ୍ଡ ପୋଲିସ । ସଗର ଛକ ନିକଟରେ ମାଛକୁଣ୍ଡ, ଜଲାପୁଟ ଓ ଲମତାପୁଟ ପୋଲିସର ମିଳିତ ଟିମ ଚଢାଉ କରିଥିଲେ । ପୋଲିସ ପିଛା କରୁଥିବା ଦେଖି ଚଳନ୍ତା ଗାଡ଼ିରୁ ମାଫିଆ ଡେଇଁ ଫେରାର ହୋଇଯାଇଥିଲା । ଜିପରୁ ୨କୁଇଣ୍ଟାଲ ୨୮ କେଜି ଗଞ୍ଜେଇ ଜବତ ହୋଇଛି । ଗଞ୍ଜେଇର ମୂଲ୍ୟ ପ୍ରାୟ ୨୩ ଲକ୍ଷ ହେବ ବୋଲି ପୋଲିସ ସୂଚନା ଦେଇଛି । ଜାନୁୟାରୀ ମାସରୁ ଆଜି ପର୍ଯ୍ୟନ୍ତ ମାଛକୁଣ୍ଡ ପୋଲିସ ୧୭ଟି ଗଞ୍ଜେଇ ଚୋରା ଚାଲାଣ ମାମଲା ରୁଜୁ କରିଥିବା ବେଳେ ସାଢେ ୪ଟନ ଗଞ୍ଜେଇ ଜବତ କରିଛି ଏବଂ ୧୪ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି ମାଛକୁଣ୍ଡ ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ