ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ୮ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ୯ ତାରିଖ ସୁଦ୍ଧା ଦକ୍ଷିଣପୂର୍ବ ବଙ୍ଗୋସାଗରରେ ଅବପାତ ସୃଷ୍ଟି ସମ୍ଭାବନା ପରେ ଏହା ଘନୀଭୂତ ହୋଇ ବାତ୍ୟାରେ ପରିଣତ ହୋଇପାରେ । ଲଘୁଚାପ କ୍ଷେତ୍ର ସୃଷ୍ଟି ପରେ ଏହାର ତୀବ୍ରତା ଓ ଗତିପଥ ସ୍ପଷ୍ଟ ହେବ । ଭାରତୀୟ ପାଣିପାଗ ଏ ନେଇ ପୂର୍ବାନୁମାନ କରିଛି ।