Masthead

କର୍ଣ୍ଣାଟକବାସୀଙ୍କ ଭଲ ପାଇବା ଦେଖି ବିଜେପି ଏପରି ଷଡଯନ୍ତ୍ର ରଚିଛି: ରଣଦୀପ ସୁରଜେୱାଲା

କର୍ଣ୍ଣାଟକ (ବଡ଼ ଖବର ବ୍ୟୁରୋ):  ୨୦୨୪ ନିର୍ବାଚନ ପୂର୍ବରୁ ରାଜନୀତି ସରଗରମ ହୋଇଛି । ରାଜନୈତିକ ଦଳ ମଧ୍ୟରେ ଚାଲିଛି ଆରୋପ ପ୍ରତ୍ୟାରୋପ । ଏହାରି ଭିତରେ ଆସିଛି ବଡ଼ ଖବର । କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଓ ତାଙ୍କ ପରିବାରକୁ ହତ୍ୟା କରିବାକୁ ଯୋଜନା କରୁଛି ବିଜେପି। ପ୍ରଧାନମନ୍ତ୍ରୀ ମୋଦି ତଥା କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କ ଖାସ୍‌ ଅନୁଗତ ଏଥିନିମନ୍ତେ ପ୍ରସ୍ତୁତ କରୁଛନ୍ତି ଯୋଜନା । କଂଗ୍ରେସ ପ୍ରତି କର୍ଣ୍ଣାଟକବାସୀଙ୍କ ଭଲ ପାଇବା ଦେଖି ବିଜେପି ଏପରି ଷଡଯନ୍ତ୍ର ରଚିଛି ବୋଲି କଂଗ୍ରେସ ନେତା ରଣଦୀପ ସିଂ ସୁରଜେୱାଲା ବୟାନ ଦେଇଛନ୍ତି।

ସେ କହିଛନ୍ତି ବିଜେପି ନେତା ଏବେ ମଲ୍ଲିକାର୍ଜୁନ ଖଡଗେ ଓ ତାଙ୍କ ପରିବାର ସଦସ୍ୟଙ୍କୁ ହତ୍ୟା କରିବାକୁ ଯୋଜନା କରୁଛନ୍ତି। ବିଜେପି ପ୍ରଜାତନ୍ତ୍ରର ହତ୍ୟା କରୁଛି ଓ ଏବେ ବିରୋଧିଙ୍କ ହତ୍ୟାର ଯୋଜନା ବି ସାମ୍ନାକୁ ଆସୁଛି। ସେ ଆହୁରି ମଧ୍ୟ କହିଛନ୍ତି ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ର ମନ୍ତ୍ରି ଅମିତ ଶାହା କର୍ଣ୍ଣାଟକରେ ସମ୍ବିଧାନର ପରିହାସ କରିଛନ୍ତି। ବିଜେପି ଏତେ ତଳକୁ ଖସି ଯାଇଛି କି ସେ ଏବେ ମଲ୍ଲିକାର୍ଜୁନ ଖଡଗେ ଙ୍କ ହତ୍ୟା କଥା ଚିନ୍ତା କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ