Masthead

କମ୍ପିବ ଝାରସୁଗୁଡ଼ା ପ୍ରଚାର ମଇଦାନ, ମୁହାଁମୁହିଁ ହେବେ ନବୀନ-ଧର୍ମେନ୍ଦ୍ର

ଝାରସୁଗୁଡ଼ା(ବଡ଼ ଖବର ବ୍ୟୁରୋ): ଆଜି ଝାରସୁଗୁଡ଼ାରେ ହେବ ଟକ୍କର । ମୁହାଁମୁହିଁ ହେବେ ନବୀନ-ଧର୍ମେନ୍ଦ୍ର । ମଇଦାନରେ ହେବ ଜୋରଦାର ଲଢେଇ । ନିଜ ନିଜ ଦଳର ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ହାଇଭୋଲଟେଜ ପ୍ରଚାରରେ କମ୍ପିବ ଝାରସୁଗୁଡ଼ା ମଇଦାନ । ପ୍ରଚାର ପାଇଁ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ବିମାନ ବନ୍ଦରରୁ ଅପରାହ୍ଣ ୩ଟା ୪୫ରେ ବିମାନ ଯୋଗେ ବାହାରି ଝାରସୁଗୁଡ଼ା ବିମାନ ବନ୍ଦରରେ ୪ଟା ୩୦ରେ ପହଞ୍ଚିବେ । ସେଠାରେ ଜେଲ ପାଖ ଅମଲିପାଲି ପଡ଼ିଆରେ ହେବାକୁ ଥିବା ସଭାସ୍ଥଳକୁ ଯାଇ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି ।

୪ଟା ୩୦ରୁ ୫ଟା ୧୫ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଝାରସୁଗୁଡ଼ାରେ ରହି ପ୍ରଚାର କରିବା ସହ ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ପାଇଁ ଭୋଟ୍ ମାଗିବେ । ସେହିପରି ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ପାଇଁ ଭୋଟ୍ ମାଗିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସକାଳ ୧୦ଟା ୩୦ରେ କୋଲାବିରା ବ୍ଲକରେ ଏକ ସାଧାରଣ ସଭାରେ ଉଦବୋଧନ ଦେବେ । ଅପରାହ୍ଣ ୪ଟାରେ ଝାରସୁଗୁଡ଼ା ସହର ବସଷ୍ଟାଣ୍ଡଠାରେ ରୋଡ୍ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି