Masthead

ପାରିବାରିକ କଳହର କରୁଣ ପରିଣତି , ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

ବସ୍ତା (ବଡ଼ ଖବର ବ୍ୟୁରୋ): ପାରିବାରିକ କଳହର କରୁଣ ପରିଣତି । ନିଜ ସ୍ତ୍ରୀକୁ ହତ୍ୟା କରି ଖଣ୍ଡ ଖଣ୍ଡ କରି ଅଖାରେ ଭର୍ତ୍ତି କଲା ସ୍ୱାମୀ । ବାଲେଶ୍ଵର ଜିଲ୍ଲା ବସ୍ତା ଥାନା ଥାନା ପାଳସିଆ ଗାଁରେ ଘଟିଛି ଏଭଳି ଅଭାବନିୟ ଘଟଣା । ମୃତକ ହେଲେ ସାଧବ ଦାସଙ୍କ ସ୍ତ୍ରୀ ମାମା ଦାସ । ମାମାଙ୍କ ଶବକୁ ଅଖାରେ ଭର୍ତ୍ତି କରି ଫୋପାଡିବାକୁ ଯାଉଥିଲେ । ବାପଘର ଲୋକେ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ବସ୍ତାରେ ଥିବା ଶବକୁ ଦେଖିଥିଲେ ।

ମୃତ ମହିଳାଙ୍କ ୧୦ ବର୍ଷ ପୂର୍ବରୁ ବିବାହ ହୋଇଥିବା ବେଳେ ଅଧିକାଂଶ ଦିନ ସ୍ବାମୀ ସ୍ତ୍ରୀ ଙ୍କ ମଧ୍ୟରେ ଝଗଡା ହେଉଥିଲା । ବିଭିନ୍ନ ସମୟରେ ଶାଶୂଘର ଲୋକେ ଶାରୀରିକ ଏବଂ ମାନସିକ ନିର୍ଯାତନା ଦେଇ ଆସୁଥିଲେ ବୋଲି ବାପ ଘର ଲୋକେ ଅଭିଯୋଗ କରିଛନ୍ତି । ତେବେ ଗତକାଲି କୌଣସି କଥାକୁ ନେଇ ଉଭୟ ସ୍ୱାମୀ-ସ୍ତ୍ରୀ ଙ୍କ ମଧ୍ୟରେ ଝଗଡା ହେବାପରେ ଉତକ୍ଷିପ୍ତ ହୋଇ ସ୍ୱାମୀ ପ୍ରଦୀପ ମାମାଙ୍କୁ ଏକ କଟୁରୀରେ ମାରଣାନ୍ତକ ଆକ୍ରମଣ କରିଥିଲେ ।

ପରେ ଶବକୁ ଟ୍ରେନ ଲାଇନକୁ ଫୋପାଡିବାକୁ ନେବା ସମୟରେ ବାପଘର ଲୋକେ ପହଞ୍ଚିବାରୁ ସ୍ୱାମୀ , ଶ୍ବଶୁରଙ୍କ ସମେତ ବାପ ଘର ଲୋକେ ଘଟଣା ସ୍ଥଳରୁ ଫେରାର ହୋଇ ଯାଇଥିଲେ । ବାପଘର ଲୋକେ ବସ୍ତା ପୋଲିସକୁ ଖବର ଦେବାପରେ ପୋଲିସ ପହଞ୍ଚି ମୃତ ମହିଳାଙ୍କ ଶାଶୁ ଏବଂ ଦିଅରଙ୍କୁ ଥାନାରେ ଅଟକ ରଖôଛି । ଶବକୁ ଜବତ କରି ଘଟଣା ର ତଦନ୍ତ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ