Masthead

ବିଜେଡି ସମର୍ଥକଙ୍କୁ ଆକ୍ରମଣ କରୁଛନ୍ତି ବିଜେପି କର୍ମୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ହାରିବା ଭୟରେ ହିଂସାକୁ ଆପଣାଉଛି ବିଜେପି । ବିଜେଡି ସମର୍ଥକଙ୍କୁ ଆକ୍ରମଣ କରୁଛନ୍ତି ବୋଲି ଅଭିଯୋଗ ଆଣିଛନ୍ତି ବିଜେଡି ମୁଖପାତ୍ର ତୁମ୍ବନାଥ ପଣ୍ଡା । ବିଜେପି ବିଧାୟକ ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ବିରୋଧରେ ଆଦର୍ଶ ନିର୍ବାଚନ ଆଚରଣଵିଧି ଉଲ୍ଲଙ୍ଘନ କରୁଥିବା ନେଇ ସିଇଓଙ୍କୁ ଫେରାଦ ହୋଇଛି ବିଜେଡି । ତୁମ୍ବନାଥ କହିଛନ୍ତି ପ୍ରଚାର ସମୟ ପରେ ମଧ୍ୟ ରାତି ଗୋଟାଏ ସମୟରେ ଝାରସୁଗୁଡ଼ା ଲଳିତ ହେରିଟେଜ ସାମ୍ନା ସାମସଙ୍ଗ ଛକରେ ସମର୍ଥକଙ୍କୁ ଧରି ସେ ପ୍ରଚାର କରୁଥିବା ଭିଡିଓ ହସ୍ତଗତ ହୋଇଛି। ଉପନିର୍ବାଚନକୁ ପ୍ରଭାବିତ କରିବାକୁ ଚେଷ୍ଟା କରିଥିବା ଅଭିଯୋଗ ଆଣିଛି ବିଜେଡି।

ବିଜେପି ପ୍ରାର୍ଥୀ ଟଙ୍କଧର ଓ ତାଙ୍କ ସମର୍ଥକ ପ୍ରଚାର ସାରି ବିଜେଡି ସମର୍ଥକ ଶୁଭମ ଶଙ୍କରଙ୍କ ଗାଡି ଅଟକାଇ ଗାଡିକୁ ଢେଲା ମାଡ଼ କରିବା ସହ ଧମକ ଦେଲେ,ଅସଭ୍ୟ ଭାଷାରେ ଗାଳି ଗୁଲଜ କଲେ,ଏନେଇ ସେ ସ୍ଥାନୀୟ ଥାନାରେ ଟଙ୍କଧର ଓ ତାଙ୍କ ସମର୍ଥକଙ୍କ ନାମରେ ଅଭିଯୋଗ କରିଛନ୍ତି,ଆଜି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଏହି ଅଭିଯୋଗ କପି ଦାଖଲ କରାଯିବା ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛି ବିଜେଡି ପ୍ରତିନିଧି ଦଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ