Masthead

ମନ୍ତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିପାରୁ ନାହାନ୍ତି: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜମୁଛି ଝାରସୁଗୁଡାରେ ଉପନିର୍ବାଚନ ପ୍ରଚାର । ତିନି ପ୍ରମୁଖ ଦଳ ବିଜେପି, ବିଜେଡି ଓ କଂଗ୍ରେସ ନିଜ ନିଜ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ଜୋରଦାର କରିଛନ୍ତି । ଆଜି ହେବ ହେଭିୱେଟଙ୍କ ପ୍ରଚାର । ମୁଖମନ୍ତ୍ରୀ ଝାରସୁଗୁଡ଼ାରେ ଦୀପାଲି ଦାସଙ୍କ ପାଇଁ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି । ତେଣେ କୋଲାବିରାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ପାଇଁ ପ୍ରଚାର କରିଛନ୍ତି । ପ୍ରଚାର ମଇଦାନରୁ ସେ ରାଜ୍ୟ ସରକାରଙ୍କୁ ପ୍ରଶ୍ନ ପଚାରିଛନ୍ତି ।

କିଏ ସେ କଳାପାହାଡ ଯିଏ, ରାଜ୍ୟରେ ଶାସନ କରୁଛି ବୋଲି ପ୍ରଶ୍ନ କରିଛନ୍ତି । ରାଜ୍ୟର କ୍ୟାବିନେଟ ମନ୍ତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟୁନାହାନ୍ତି । ଦଳର ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟୁନାହାନ୍ତି । ରାଜ୍ୟର ମୁଖ୍ୟ ଶାସନ ସଚିବ ଦାୟିତ୍ୱ ନେବା ଦିନଠାରୁ କେବେ ହେଲେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିନାହାନ୍ତି । ରାଜ୍ୟରେ କିଏ ଶାସନ କରୁଛି ବୋଲି ପ୍ରଶ୍ନ କରିଛନ୍ତି ଧର୍ମେନ୍ଦ୍ର ।

ସଭ। ମଞ୍ଚରେ ସେ କିଶୋର ମହାନ୍ତି ଓ ହେମାନନ୍ଦ ବିଶ୍ୱାଳଙ୍କୁ ମନେପକାଇଛନ୍ତି । ନବ ଦାସଙ୍କ ଦେହାନ୍ତ ଝାରସୁଗୁଡ଼ା ଅଞ୍ଚଳ ପାଇଁ ବଡ କ୍ଷତି । ରାଜ୍ୟ ସରକାର କାହିଁକି ନବ ଦାସଙ୍କ ହତ୍ୟା ପଛର କାରଣ କାହିଁକି କହୁନାହାନ୍ତି । କେନ୍ଦ୍ର ସରକାର ଓଡ଼ିଶାକୁ ୨୩ ହଜାର ଘର ଦେଇଥିଲେ । କିନ୍ତୁ ଲୋକଙ୍କୁ କାହିଁ କି ମିଳୁନି ବୋଲି କେନ୍ଦ୍ରମନ୍ତ୍ରୀ ପ୍ରଶ୍ନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ