ଝାରସୁଗୁଡା ଦେଶର ଏକ ନମ୍ବର ଶିଳ୍ପ ସମୃଦ୍ଧ ଜିଲ୍ଲା ହୋଇପାରିବ

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କୁ ପ୍ରଣାମ ଜଣାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଝାରସୁଗୁଡ଼ା ଉପନିର୍ବାଚନରେ ଦୀପାଲି ଦାସଙ୍କ ପାଇଁ ଭୋଟ ଭିକ୍ଷା କରିଥିଲେ । ପ୍ରଥମେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ନବ ଦାସଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରି ମୁଖ୍ୟମନ୍ତ୍ରୀ କହିଲେ ନବ ଦାସ ଜଣେ ଲୋକପ୍ରିୟ ନେତା, ଦକ୍ଷ ବିଧାୟକ ଓ ମନ୍ତ୍ରୀ ଭାବରେ ସାରା ଓଡିଶାରେ ପରିଚିତ ଥିଲେ ତାଙ୍କ କାମ ପାଇଁ ଝାରସୁଗୁଡାବାସୀ ସବୁବେଳେ ତାଙ୍କୁ ମନେ ରଖିବେ। ତାଙ୍କ ଦାୟିତ୍ବ ନେବାପାଇଁ ତାଙ୍କ ଝିଅ ଦୀପାଲି ଦାସ ଆଗେଇ ଆସିଛନ୍ତି । ସମାଜସେବାରେ ତାଙ୍କର ବିଶେଷ ରୁଚି ରହିଛି । ବିଶ୍ବାସ, ଝାରସୁଗୁଡାବାସୀଙ୍କ ସେବାର ସୁଯୋଗ ମିଳିଲେ, ସେ ତାକୁ ଦକ୍ଷତାର ସହ ପାଳନ କରିପାରିବେ ।  ଝାରସୁଗୁଡା ସବୁବେଳେ ବିକାଶ ସାଥିରେ ରହିଛି । ବିଜୁ ଜନତା ଦଳ ମା ମାନଙ୍କ କଲ୍ୟାଣରେ ବିଶ୍ବାସ କରେ । ଶିଳ୍ପ କ୍ଷେତ୍ରରେ ଝାରସୁଗୁଡାର ସ୍ବତନ୍ତ୍ର ପରିଚୟ ରହିଛି । ଆପଣମାନଙ୍କ ସହଯୋଗ ଜାରି ରହିଲେ, ଝାରସୁଗୁଡା ଦେଶର ଏକ ନମ୍ବର ଶିଳ୍ପ ସମୃଦ୍ଧ ଜିଲ୍ଲା ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!