Masthead

ଆଜି ସରିବ ପ୍ରଚାର, ଦିନକ ପରେ ପଡ଼ିବ ଭୋଟ

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ । ଆଜି ପ୍ରଚାରର ଶେଷ ଦିନ । ଆଉ ଦିନକ ପରେ ପଡ଼ିବ ଭୋଟ । ଜନସମର୍ଥନ ହାତେଇବା ପାଇଁ ଜୋରସୋର କସରତ କରୁଛନ୍ତି ସବୁ ରାଜନୈତିକ ଦଳ । ଘର ଘର ବୁଲି ଭୋଟ ଭିକ୍ଷା କରୁଛନ୍ତି ପ୍ରାର୍ଥୀ । ଗତକାଲି ପ୍ରଚାର ମଇଦାନରେ ଶକ୍ତି ପ୍ରଦର୍ଶନ କରିଥିଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ । ହାଇଭୋଲଟେଜ ପ୍ରଚାରରେ କମ୍ପିଥିଲା ଝାରସୁଗୁଡ଼ା । ଦୀପାଲିଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଥିଲେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜେପି ପ୍ରାର୍ଥୀ ଟଙ୍କଧରଙ୍କ ପାଇଁ ମଇଦାନକୁ ଓହ୍ଲାଇଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ତ୍ର ପ୍ରଧାନ । ବିରୋଧୀଙ୍କ କଟାକ୍ଷକୁ ମନେ ପକାଇ ବିରୋଧୀଙ୍କୁ ସମାଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ । ଦୀପାଳିଙ୍କୁ ବିରୋଧୀ ଦଳ ଆକ୍ଷେପ କରୁଥିବା ଅଭିଯୋଗ କରିଛନ୍ତି ନବୀନ । ସେପଟେ କୁଲାବିରାରେ ଆୟୋଜିତ ଜନ ସମାବେଶରେ ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବା ସହ ରାଜ୍ୟ ସରକାରଙ୍କୁ ଏକାଧିକ ପ୍ରଶ୍ନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡର କାରଣ କଣ? କେନ୍ଦ୍ର ଦେଉଥିବା ଅର୍ଥ କୁଆଡେ ଯାଉଛି? ରାଜ୍ୟରେ ଜନବିରୋଧୀ ଶାସନ ଚାଲିଛି ବୋଲି କହିଥିଲେ ଧର୍ମେନ୍ଦ୍ର ପ୍ରଧାନ । ଏହି ଭଳି ପ୍ରଶ୍ନ କରି ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି । ଆସନ୍ତା ୧୦ ତାରିଖରେ ଝାରୁସୁଗୁଡାରେ ମତଦାନ ହେବ । ୧୩ ତାରିଖରେ ବାହାରିବ ଫଳାଫଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ