ଆଜି ସରିବ ପ୍ରଚାର, ଦିନକ ପରେ ପଡ଼ିବ ଭୋଟ

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ । ଆଜି ପ୍ରଚାରର ଶେଷ ଦିନ । ଆଉ ଦିନକ ପରେ ପଡ଼ିବ ଭୋଟ । ଜନସମର୍ଥନ ହାତେଇବା ପାଇଁ ଜୋରସୋର କସରତ କରୁଛନ୍ତି ସବୁ ରାଜନୈତିକ ଦଳ । ଘର ଘର ବୁଲି ଭୋଟ ଭିକ୍ଷା କରୁଛନ୍ତି ପ୍ରାର୍ଥୀ । ଗତକାଲି ପ୍ରଚାର ମଇଦାନରେ ଶକ୍ତି ପ୍ରଦର୍ଶନ କରିଥିଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ । ହାଇଭୋଲଟେଜ ପ୍ରଚାରରେ କମ୍ପିଥିଲା ଝାରସୁଗୁଡ଼ା । ଦୀପାଲିଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଥିଲେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜେପି ପ୍ରାର୍ଥୀ ଟଙ୍କଧରଙ୍କ ପାଇଁ ମଇଦାନକୁ ଓହ୍ଲାଇଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ତ୍ର ପ୍ରଧାନ । ବିରୋଧୀଙ୍କ କଟାକ୍ଷକୁ ମନେ ପକାଇ ବିରୋଧୀଙ୍କୁ ସମାଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ । ଦୀପାଳିଙ୍କୁ ବିରୋଧୀ ଦଳ ଆକ୍ଷେପ କରୁଥିବା ଅଭିଯୋଗ କରିଛନ୍ତି ନବୀନ । ସେପଟେ କୁଲାବିରାରେ ଆୟୋଜିତ ଜନ ସମାବେଶରେ ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବା ସହ ରାଜ୍ୟ ସରକାରଙ୍କୁ ଏକାଧିକ ପ୍ରଶ୍ନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡର କାରଣ କଣ? କେନ୍ଦ୍ର ଦେଉଥିବା ଅର୍ଥ କୁଆଡେ ଯାଉଛି? ରାଜ୍ୟରେ ଜନବିରୋଧୀ ଶାସନ ଚାଲିଛି ବୋଲି କହିଥିଲେ ଧର୍ମେନ୍ଦ୍ର ପ୍ରଧାନ । ଏହି ଭଳି ପ୍ରଶ୍ନ କରି ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି । ଆସନ୍ତା ୧୦ ତାରିଖରେ ଝାରୁସୁଗୁଡାରେ ମତଦାନ ହେବ । ୧୩ ତାରିଖରେ ବାହାରିବ ଫଳାଫଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’