Masthead

ରାଷ୍ଟ୍ରପତିଙ୍କ ଅଭିଭାଷଣ ବେଳେ ବିଦ୍ୟୁତ କାଟ୍ ପ୍ରସଙ୍ଗ, ରାଜ୍ୟପାଳ ମାଗିଲେ ରିପୋର୍ଟ

ଭୁବନେଶ୍ୱର: କୁଳାଧିପତି ତଥା ରାଜ୍ୟପାଳଙ୍କ ରିପୋର୍ଟ ତଲବ । ବାରିପଦା ଶ୍ରୀରାମ ଚନ୍ଦ୍ର ଭଞ୍ଜ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାଷଣ ଦେଉଥିବା ବେଳେ ୯ ମିନିଟ୍ ଧରି ବିଦ୍ୟୁତ ବିଭ୍ରାଟ ହୋଇଥିଲା । ଏହାକୁ ନେଇ ଟାଟା ପାୱାର, ଇଡକୋ ଓ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଦୋଷ ଲୁଚାଇବାକୁ ସଫେଇ ଦେଇଥିଲେ । ପରେ କୁଳପତି ସବୁଦୋଷ ନିଜ ମୁଣ୍ଡକୁ ନେଇ ଭୁଲ୍ ସ୍ୱୀକାର କରିଥିଲେ । ବିଦୁ୍ୟତ ବିଭାଗର ଜଣେ ଠିକା କର୍ମଚାରୀୁ ନିଲମ୍ବିତ ହୋଇଥିଲେ । ଏହି ଘଟଣାର ତଦନ୍ତ ଚାଲିଥିବା ବେଳେ ଆଜି କୁଳାଧିପତି କୈଫୟତ ତଲବ କରିଛନ୍ତି । ବିଶ୍ୱବିଦ୍ୟାଳୟ କୁଳପତି ଓ ମୁଖ୍ୟଶାସନ ସଚିବଙ୍କୁ କୁଳପତି କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି । ୭ଦିନ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ