Masthead

ସୃଷ୍ଟି ହେଲା ଲଘୁଚାପ, ସନ୍ଧ୍ୟାରେ ନେବ ଅବପାତର ରୂପ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ସନ୍ଧ୍ୟାରେ ନେଇପାରେ ଅବପାତର ରୂପ । ଆଜି ଭୋର ୫ଟା ୩୦ରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । କାଲି ସାମୁଦ୍ରିକ ଝଡ଼ର ରୂପ ନେଇପାରେ । ପରେ ଉତ୍ତର, ଉତ୍ତର-ପୂର୍ବ ଦିଗରେ ଗତି କରିବ । ଏହାର ପ୍ରଭାବରେ ଘଣ୍ଟାପ୍ରତି ୬୦-୭୦କିମି ବେଗରେ ପବନ ବୋହିବ । ୧୨ ତାରିଖ ବେଳକୁ ଏହାର ଗତି ପଥରେ ପରିବର୍ତ୍ତନ ହେବ । ଏହାପରେ ବାଂଲାଦେଶ ଓ ମିଆଁମାର ଆଡକୁ ଗତି କରିବ ବାତ୍ୟା। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ଯେଉଁମାନେ ସମୁଦ୍ର ଭିତରେ ଅଛନ୍ତି ସେମାନଙ୍କୁ ଶୀଘ୍ର ଫେରିବାକୁ ପରାମର୍ଶ ଦିଆଯାଇଛି । ଓଡ଼ିଶା, ତାମିଲନାଡୁ, ଆନ୍ଧ୍ରପ୍ରଦେଶକୁ କୌଣସି ୱାର୍ଣ୍ଣିଂ ଜାରି କରାଯାଇ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତେହେରାନରେ ପାକ୍ ସେନା ମୁଖ୍ୟ 🔴 ୪୫ ଡିଗ୍ରୀ ଛୁଇଁପାରେ ତାତି 🔴 ବିହାରରେ ଆଜିଠୁ ସମ୍ରାଟ ସରକାର 🔴 ମୃତ୍ୟୁର ୨ ଦିନ ପରେ ବି ଶବକୁ ମିଳୁନି ଶ୍ମଶାନ 🔴 ବରଯାତ୍ରୀ ଗାଡ଼ି ଦୁର୍ଘଟଣା, ଜଣେ ମୃତ 🔴 ପଶ୍ଚିମରେ ଅସମ୍ଭାଳ ତାତି 🔴 ଆଜି ପବିତ୍ର ପଣା ସଂକ୍ରାନ୍ତି 🔴 ୪୫ ଡିଗ୍ରୀ ଛୁଇଁପାରେ ତାତି 🔴 ସାଲାରୀ ବଢାଇବାକୁ ଦାବି, ପୁଲିସ୍-ଶ୍ରମିକ ମୁହାଁମୁହିଁ 🔴 ହର୍ମୁଜ ଉପରେ ବଢିଲା ସଙ୍କଟ 🔴 ତେହେରାନରେ ପାକ୍ ସେନା ମୁଖ୍ୟ 🔴 ୪୫ ଡିଗ୍ରୀ ଛୁଇଁପାରେ ତାତି 🔴 ବିହାରରେ ଆଜିଠୁ ସମ୍ରାଟ ସରକାର 🔴 ମୃତ୍ୟୁର ୨ ଦିନ ପରେ ବି ଶବକୁ ମିଳୁନି ଶ୍ମଶାନ 🔴 ବରଯାତ୍ରୀ ଗାଡ଼ି ଦୁର୍ଘଟଣା, ଜଣେ ମୃତ 🔴 ପଶ୍ଚିମରେ ଅସମ୍ଭାଳ ତାତି 🔴 ଆଜି ପବିତ୍ର ପଣା ସଂକ୍ରାନ୍ତି 🔴 ୪୫ ଡିଗ୍ରୀ ଛୁଇଁପାରେ ତାତି 🔴 ସାଲାରୀ ବଢାଇବାକୁ ଦାବି, ପୁଲିସ୍-ଶ୍ରମିକ ମୁହାଁମୁହିଁ 🔴 ହର୍ମୁଜ ଉପରେ ବଢିଲା ସଙ୍କଟ