Masthead

ଯବାନ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ, ୩ ମାଓବାଦୀ ମୃତ

ରାମପୁର (ବଡ଼ ଖବର ବ୍ୟୁରୋ): କଳାହାଣ୍ଡି ଜିଲ୍ଲା ମ. ରାମପୁର ଥାନା ଟାପରାଙ୍ଗ ଜଙ୍ଗଲରେ ମାଓବାଦୀ ଓ ଯବାନ ମଧ୍ୟରେ ଗୁଳି ବିନିମୟ। ଯବାନଙ୍କ ଗୁଳିରେ ୩ଜଣ ମାଓବାଦୀ ମୃତ, ଜଣେ ଆହତ। ପୋଲିସ ଡିଏସପି ଏ ଦାଶ ଆହାତ ହୋଇଥିବା ସୂଚନା ମିଳିଛି । ଡିଏସପିଙ୍କୁ ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି । ଆହତ ମାଓବାଦୀକୁ ମ. ରାମପୁର ଡାକ୍ତରଖାନାରେ ଚିକିତ୍ସା କରାଯାଉଛି ।

ମିଳିଥିବା ସୂଚନା ଅନୁଯାୟୀ ଟାପରାଙ୍ଗ ଜଙ୍ଗଲରେ ୫ ଜଣ ମାଓବାଦୀ ବୈଠକ କରୁଥିଲେ । ଖବର ପାଇ ସୁରକ୍ଷାକର୍ମୀ ଚଢାଉ କରିଥିଲେ । ପ୍ରଥମେ ମାଓବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚଳାଇବାରୁ ଦିଆଯାଇଥିଲା ପାଲଟା ଜବାବ । ଉଭୟ ପକ୍ଷେ ମଧ୍ୟରେ ଦୀର୍ଘ ସମୟ ଧରି ଚାଳିଥିଲା ଗୁଳି ବର୍ଷା । ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ମାଓବାଦୀଙ୍କ ମୃତ୍ୟୁ ହୋଇଥିବାବେଳ ଜଣେ ଆହାତ ହୋଇଛି । ଅନ୍ୟଜଣେ ଛତ୍ରଭଙ୍ଗ ଦେଇଛି । ଘଯଣାସ୍ଥଳରେ ଏକେ ୪୭ ରାଇଫଲ ଜବତ ହୋଇଛି । କମ୍ବିଂ ଅପରେସନକୁ ଜୋରଦାର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା