Masthead

ଲଗାଣ ବର୍ଷାରେ ଫସଲ ନଷ୍ଟ

ଶେରଗଡ, (ବଡ଼ ଖବର ବ୍ୟୁରୋ) : କରୋନା ମହାମାରୀ ଚାଷୀମାନଙ୍କ ମେରୁଦଣ୍ଡ ଭାଙ୍ଗି ଦେଇଥିବା ବେଳେ, ଏବେ ଲଗାଣ ବର୍ଷା ଚାଷୀ ମାନଙ୍କ ଜୀବିକା ସମ୍ପୂର୍ଣ ଭାବେ ଧୋଇନେଇଛି । ଗଞ୍ଜାମ ଜିଲ୍ଲା ଶେରଗଡ଼ ବ୍ଲକ ଅନ୍ତର୍ଗତ ଗୋଠଗାଁ ଗ୍ରାମରେ ଆଜି କୁ ପ୍ରାୟ ଦୁଇଦିନ ହେବ ଲଗାଣ ବର୍ଷା ଲାଗିରହିଥିବାରୁ ଚାଷ ଜମିରେ ବିଭିନ୍ନ ପନିପରିବା ଗଛ ସବୁ ନଷ୍ଟ ହୋଇଯାଇଛି । ଏକର ଏକର ଜମି ରେ ପାଣି ଜମି ରହିଥିବାରୁ ଚାଷୀ ମାନଙ୍କର ମୁଣ୍ଡରେ ଏବେ ଚଡକ ପଡ଼ିଛି । ଏଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ଚାଷୀ ମାନେ କଣ କରିବେ କାହାକୁ କହିବେ ନିଜର ସମସ୍ୟା କିଏ ଶୁଣିବ? ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ମଣ୍ଡଳୀ ହୋଇଥିବାରୁ ଚାଷୀମାନେ ଆମ ପ୍ରତିନିଧି ମାଧ୍ୟମରେ ସେମାନଙ୍କ ଦୁଃଖ ଜଣାଇଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀ ଚାଷୀମାନଙ୍କର ସମସ୍ୟା ବୁଝି କ୍ଷୟକ୍ଷତି ଆକଳନ କରି ଚାଷୀମାନଙ୍କୁ କ୍ଷୟକ୍ଷତି ଦେବେ ବୋଲି ଚାଷୀମାନେ ଆଶା ବାନ୍ଧିଛନ୍ତି । ଜିଲ୍ଲାପାଳ, ଉପ ଜିଲ୍ଲାପାଳ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ଚାଷଜମିକୁ ପରିଦର୍ଶନ କରି କ୍ଷୟକ୍ଷତି ଆକଳନ କରି ସେମାନଙ୍କୁ ସହାୟତା ରାଶି ପ୍ରଦାନ କରିବାକୁ ଚାଷୀମାନେ ଦାବି ଉଠାଇଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ