Masthead

ଭୀଷଣ ବାତ୍ୟାର ରୂପ ନେଲା ‘ମୋକା’, ଘଣ୍ଟାପ୍ରତି ୭ କିଲୋମିଟର ବେଗରେ ଗତି କରୁଛି ବାତ୍ୟା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ମୋକା’ । କେନ୍ଦ୍ରୀୟ ବଙ୍ଗୋପସାଗରର ଦକ୍ଷିଣ ପୂର୍ବରେ ଗତି କରୁଛି ସାମୁଦ୍ରିକ ଝଡ଼ ମୋକା । ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେଲା ମୋକା । ଘଣ୍ଟାପ୍ରତି ୭ କିଲୋମିଟର ବେଗରେ ଗତି କରୁଛି ମୋକା । ପୋର୍ଟ ବ୍ଲେୟାରର ପଶ୍ଚି-ଉତ୍ତର ପଶ୍ଚିମର ୫୨୦ କିଲୋମିଟର ଏବଂ ବାଂଲାଦେଶର କକ୍ସ ବଜାରଠାରୁ ୧ ହଜାର ୩୦ କିଲୋମିଟର ତଥା ମିଆଁମାରର ସିତଓ୍ବେ ଠାରୁ ୯୫୦ କିଲୋମିଟର ଦୂରରେ ରହିଛି ମୋକା ।

ଆଗାମୀ ୬ ଘଣ୍ଟାରେ ଉତ୍ତର-ଉତ୍ତରପୂର୍ବ ଦିଗକୁ ମୋଡ ବଦଳାଇ ଅତି ଭୀଷଣ ସାମୁଦ୍ରିକ ଝଡର ରୂପ ନେଇପାରେ ବୋଲି ଆକଳନ କରିଛି ପାଣି ପାଗ ବିଭାଗ । ୧୪ ତାରିଖରେ ଦକ୍ଷିଣ ପୂର୍ବ ବାଂଲାଦେଶ ଓ ଉତ୍ତର ମିଆଁମାର ଉପକୂଳ ଦେଇ ଅତିକ୍ରମ କରିବ । ଏହି ସମୟରେ ପବନର ଘଣ୍ଟା ପ୍ରତି ବେଗ ୧୫୦ରୁ ୧୬୦ ରହିପାରେ । ସ୍ଥଳ ବିଶେଷରେ ସର୍ବାଧିକ ୧୬୫ କିଲୋମିଟର ବେଗରେ ପବନ ବହିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼