ମହାପ୍ରଭୁଙ୍କ ଭଉଁରୀ ଯାତ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ମହାପ୍ରଭୁଙ୍କ ଭଉଁରୀ ଯାତ୍ରା । ଶ୍ରୀକ୍ଷେତ୍ରରେ ସମ୍ପର୍ଣ୍ଣ ହେବ ତିନି ରଥର ଚକ ଅଖ ଡେରା ନୀତି । ସକାଳଧୂପ ପରେ ଶ୍ରୀମନ୍ଦିରରୁ ପୂଜାପଣ୍ଡା ସେବକମାନେ ଶ୍ରୀଜୀଉଙ୍କ ଆଜ୍ଞାମାଳ ଧରି ରଥ ଖଳାକୁ ବିଜେ କରିବା ପରେ ତିନି ରଥର ଦୁଇଟି ଲେଖାଏଁ ଚକ ସହ ଗୋଟିଏ ଲେଖାଏଁ ଅଖ ଡେରା ଯିବ । ଆଜିର ଏହି ଚକ ଅଖ ଡେରା ନିତୀ ସମ୍ପର୍ଣ୍ଣ  ପରେ ରଥ ନିର୍ମାଣର ଅନ୍ୟାନ୍ୟ କାର୍ଯ୍ୟ ଆରମ୍ଭ ହେବ ।

ସେପଟେ ଆଜି ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରାର ଅନ୍ତିମ ଦିନ ଅର୍ଥାତ ଭଉଁରୀ ଯାତ୍ରାରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଭୂଦେବୀ, ଶ୍ରୀଦେବୀ, ରାମକୃଷ୍ଣ ଓ ମଦନମୋହନଙ୍କ ପଞ୍ଚ ମହାଦେବ ନରେନ୍ଦ୍ର ପୁଷ୍କରିଣୀରେ ୨୧ ଘେରା ଜଳକ୍ରୀଡା କରିବେ । ଆଜି ଅପରାହ୍ନ ୪ ଟାରେ ଏକ ବିରାଟ ଶୋଭାଯାତ୍ରାରେ ଶ୍ରୀମନ୍ଦିରରୁ ମହାପ୍ରଭୁ ମଣିବିମାନରେ ବାହାରି ନରେନ୍ଦ୍ର ପୁଷ୍କରିଣୀ ଅଭିମୁଖେ ଯିବେ । ଭଉଁରୀ ଯାତ୍ରାରେ ଅତ୍ୟଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’