Masthead

ମହାପ୍ରଭୁଙ୍କ ଭଉଁରୀ ଯାତ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ମହାପ୍ରଭୁଙ୍କ ଭଉଁରୀ ଯାତ୍ରା । ଶ୍ରୀକ୍ଷେତ୍ରରେ ସମ୍ପର୍ଣ୍ଣ ହେବ ତିନି ରଥର ଚକ ଅଖ ଡେରା ନୀତି । ସକାଳଧୂପ ପରେ ଶ୍ରୀମନ୍ଦିରରୁ ପୂଜାପଣ୍ଡା ସେବକମାନେ ଶ୍ରୀଜୀଉଙ୍କ ଆଜ୍ଞାମାଳ ଧରି ରଥ ଖଳାକୁ ବିଜେ କରିବା ପରେ ତିନି ରଥର ଦୁଇଟି ଲେଖାଏଁ ଚକ ସହ ଗୋଟିଏ ଲେଖାଏଁ ଅଖ ଡେରା ଯିବ । ଆଜିର ଏହି ଚକ ଅଖ ଡେରା ନିତୀ ସମ୍ପର୍ଣ୍ଣ  ପରେ ରଥ ନିର୍ମାଣର ଅନ୍ୟାନ୍ୟ କାର୍ଯ୍ୟ ଆରମ୍ଭ ହେବ ।

ସେପଟେ ଆଜି ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରାର ଅନ୍ତିମ ଦିନ ଅର୍ଥାତ ଭଉଁରୀ ଯାତ୍ରାରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଭୂଦେବୀ, ଶ୍ରୀଦେବୀ, ରାମକୃଷ୍ଣ ଓ ମଦନମୋହନଙ୍କ ପଞ୍ଚ ମହାଦେବ ନରେନ୍ଦ୍ର ପୁଷ୍କରିଣୀରେ ୨୧ ଘେରା ଜଳକ୍ରୀଡା କରିବେ । ଆଜି ଅପରାହ୍ନ ୪ ଟାରେ ଏକ ବିରାଟ ଶୋଭାଯାତ୍ରାରେ ଶ୍ରୀମନ୍ଦିରରୁ ମହାପ୍ରଭୁ ମଣିବିମାନରେ ବାହାରି ନରେନ୍ଦ୍ର ପୁଷ୍କରିଣୀ ଅଭିମୁଖେ ଯିବେ । ଭଉଁରୀ ଯାତ୍ରାରେ ଅତ୍ୟଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ