Masthead

ବାଖମୁଟରୁ ପଛଘୁଞ୍ଚା ଦେଉଛି ରୁଷ ସେନା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):   ଜାରି ରହିଛି ରୁଷ-ୟୁକ୍ରେନ ଯୁଦ୍ଧ । ୟୁକ୍ରେନ ଉପରେ ହମଲା ଜୋରଦାର କରିଚାଲିଛି ଋଷ । କିଛି ଦିନ ତଳେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ହୋଇଥିଲା । ପୁଟିନଙ୍କୁ ହତ୍ୟା କରିବା ଉଦ୍ଦେଶ୍ୟରେ ୟୁକ୍ରେନ ଏହି ଡ୍ରୋନ ଆକ୍ରମଣ କରାଇଥିବା ଋଷର ଅଭିଯୋଗ ହୋଇଥିଲା । କିନ୍ତୁ ଏବେ ୟୁକ୍ରେନର ବାଖମୁଟରୁ ରୁଷ୍ ସେନା ପଛଘୁଞ୍ଚା ଦେଇ ପଳାୟନ କରୁଥିବା ବୁଧବାର ୟୁକ୍ରେନ୍‌ ପକ୍ଷରୁ କୁହାଯାଇଛି।

ପୁଟିନଙ୍କ ସେନାର ବାଖମୁଟ ଅଭିଯାନ ଏକ କଷ୍ଟକର ସାମରିକ ଅପରେସନ ବୋଲି କ୍ରେମଲିନ ସ୍ବୀକାର କରିଥିବା ୟୁକ୍ରେନ୍ କହିଛି। ୟୁକ୍ରେନ୍‌ର ପ୍ରତିଆକ୍ରମଣ ସେମାନଙ୍କୁ ପଛକୁ ହଟିବାକୁ ବାଧ୍ୟ କରିଛି। ୟୁକ୍ରେନ୍‌ର ଏକ ୟୁନିଟ୍‌ର ଦାବି ଅନୁସାରେ ବାଖମୁଟରେ ଜୋରଦାର ଆକ୍ରମଣ କରିଥିବା ରୁଷ୍ ସେନା ସେଠାରୁ ଏବେ ପଛଘୁଞ୍ଚା ଦେବାରେ ଲାଗିଛି। ସେମାନେ ପୂର୍ବରୁ ଦଖଲ କରିଥିବା ଅଞ୍ଚଳ ଛାଡ଼ି ପଳାଉଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି