Masthead

ଧର୍ମେନ୍ଦ୍ର ପାଇଁ ଗଲା ସମୀରଙ୍କ ମନ୍ତ୍ରୀପଦ!

ଭୁବନେଶ୍ୱର: ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ଇସ୍ତଫାକୁ ନେଇ ଚର୍ଚ୍ଚା ଜୋର ଧରିଛି । ସାଧାରଣ ନିର୍ବାଚନ ଆଉ ଏକ ବର୍ଷ ଥିବାରୁ ବିଜେଡି ସଂଗଠନ ପାଇଁ କାମ କରିବା ଲକ୍ଷ୍ୟରେ ମନ୍ତ୍ରୀ ପଦରୁ ଇସ୍ତଫା ଦେଲି ବୋଲି ସମୀର କହିଛନ୍ତି । ମନ୍ତ୍ରୀ ପଦରେ ରହିଲେ ୱାର୍କ ପ୍ରେସର ଯୋଗୁଁ ସଂଗଠନ କାମ କରିବାକୁ ସମୟ ମକ୍ଟମକ୍ଟବ ନାହିଁ । ତେଣୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲି, ମନ୍ତ୍ରୀ ପଦ ଛାଡି ସଂଗଠନ ଦାୟିତ୍ୱ ସମ୍ଭାଳିବି । ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶରେ ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଲି ବୋଲି ସମୀରଙ୍କ ସଫେଇ ରାଜନୀତିକ ବିଶେଷଜ୍ଞମାନଙ୍କୁ ସନ୍ତୁଷ୍ଟ କରିପାରି ନାହିଁ । ସମୀରଙ୍କ ନିର୍ବାଚନମଣ୍ଡଳୀ ନିମାପଡ଼ା ଅନ୍ତର୍ଗତ ଗୋପ ବ୍ଲକ ୧୧ନମ୍ବର ଜୋନ୍ ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ ରାଜ୍ୟରେ ଆଲୋଡନ ସୃଷ୍ଟି କରିଥିଲା । ଏହି ମୃତ୍ୟୁ ପଛରେ ମନ୍ତ୍ରୀ ସମୀର ଦାଶଙ୍କ ହାତଥିବା ଅଭିଯୋଗ ହୋଇଥିଲା । ଏପରିକି ମୃତ ଧର୍ମେନ୍ଦ୍ରଙ୍କ ସମର୍ଥକମାନେ ରାସ୍ତାକୁ ଓହ୍ଲାଇ ଥିଲେ । ପରେ ୧୧ ନମ୍ବର ଜିଲ୍ଲା ପରିଷଦ ଆସନରେ ହୋଇଥିଲା ଉପନିର୍ବାଚନ । ମାତ୍ର ବିଜେପିର ପ୍ରମୋଦ ରାୟ ବିଜୟୀ ହୋଇଥିଲେ । ଧୂଳି ଚାଟିଥିଲା ବିଜେଡି । ପରୋକ୍ଷରେ ମନ୍ତ୍ରୀ ସମୀର ଦାଶଙ୍କ ପରାଜୟ ହୋଇଥିଲା । ଏହି ଦୁଇ ଘଟଣା ସମୀର ଦାଶ ମନ୍ତ୍ରୀ ପଦରୁ ଇସ୍ତଫା ଦେବା ଯଥେଷ୍ଟ ଥିବା ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା