Masthead

କାହାର ହେବ ଝାରସୁଗୁଡ଼ା?

ଦୀପାଲି, ଟଙ୍କଧର ନା ତରୁଣ, ଝାରସୁଗୁଡ଼ାରେ କିଏ ମାରିବ ବାଜି?

ଝାରସୁଗୁଡ଼ା(ବଡ଼ ଖବର ବ୍ୟୁରୋ):  ଆଜି ଝାରସୁଗୁଡ଼ା ଜନାଦେଶ । କାହାର ହେବ ଝାରସୁଗୁଡ଼ା । କିଏ ମାରିବ ବାଜି । ଦୀପାଲି, ଟଙ୍କଧର ନା ତରୁଣ କାହାର ହେବ ଝାରସୁଗୁଡ଼ା । ଆଜି ହେବ ଭାଗ୍ୟ ନିର୍ଦ୍ଧାରଣ । ସକାଳ ୮ରେ ଆରମ୍ଭ ହେବ ଗଣତି । ପ୍ରଥମେ ପୋଷ୍ଟାଲ ବାଲେଟ ଗଣତି କରାଯିବ । ୮.୩୦ରେ ଖୋଲିବ ଇଭିଏମ । ୧୪ଟି ଟେବୁଲରେ ୧୮ ରାଉଣ୍ଡ ଗଣତି ହେବ । କଡ଼ା ସୁରକ୍ଷା ମଧ୍ୟରେ ରହିଛି ଇଭିଏମ । ଭିଭିପାଟ ଓ ପୋଷ୍ଟାଲ ବାଲେଟ କାଉଣ୍ଟିଂ ପାଇଁ ଅଲଗା ଅଲଗା ଟେବୁଲ କରାଯାଇଛି । ପ୍ରତି ଟେବୁଲରେ ଜଣେ କାଉଣ୍ଟିଂ ସୁପରଭାଇଜର, ଜଣେ କାଉଣ୍ଟିଂ ଆସିଷ୍ଟାଣ୍ଟ ଏବଂ ଜଣେ କାଉଣ୍ଟିଂ ଅବଜରଭର ରହିବେ। ଜେନେରାଲ ଅବଜରଭରଙ୍କ ପ୍ରତିନିଧି ଭାବେ ମାଇକ୍ରୋ ଅବଜରଭର ରହିବେ। ଭୋଟ ଗଣତି ପାଇଁ ୨୦ ଜଣ କାଉଣ୍ଟିଂ ସୁପରଭାଇଜର, ୨୦ ଜଣ କାଉଣ୍ଟିଂ ଅସିଷ୍ଟାଣ୍ଟ ଏବଂ ୨୦ ଜଣ କାଉଣ୍ଟିଂ ଅବଜରଭ ରହିବେ। ପ୍ରତି ଟେବୁଲରେ କାଉଣ୍ଟିଂ ଅନୁସାରେ ଅଧିକାରୀ ନିୟୋଜିତ ହେବେ । ଗଣତି କେନ୍ଦ୍ର ବାହାରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ନିର୍ବାଚନ କମିଶନଙ୍କ ୱେବସାଇଟ ଜରିଆରେ ସାଙ୍ଗେ ସାଙ୍ଗେ ଗଣତିର ଅପଡେଟ୍ ମିଳିପାରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ