ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ରାଜ୍ୟରେ ବଢିବ ତାପମାତ୍ରା । ଆସନ୍ତାକାଲିଠୁ ସମଗ୍ର ରାଜ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ହେବ । କିଛି ଅଞ୍ଚଳରେ ସର୍ବାଧିକ ଏହା ୪୫ ଡିଗ୍ରୀ ଛୁଇଁପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଉପକୂଳ ଅପେକ୍ଷା ପଶ୍ଚିମ ଓଡ଼ିଶାରେ ତାତି ଅସହ୍ୟ ହେବ । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ବଲାଙ୍ଗୀର, ବୌଦ୍ଧ ଆଦି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଅଧିକ ରହିବ ।
ସେହିପରେ ୧୬ ତାରିଖରେ ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, ସୋନପୁର, ଅନୁଗୁଳ, ଦେବଗଡ, ବୌଦ୍ଧ, ବଲାଙ୍ଗୀରକୁ ହିଟ୍ୱେଭ୍ ଜାରି କରାଯାଇଥିବା ବେଳେ ୧୭ ତାରିଖ ପାଇଁ ଝାରସୁଗୁଡା, ସମ୍ବଲପୁର, ସୋନପୁର, ବୌଦ୍ଧ ଏବଂ ବଲାଙ୍ଗୀର ଜିଲ୍ଲାକୁ ହିଟ୍ୱେଭ୍ ଜାରି କରାଯାଇଛି । କାଳବୈଶାଖୀ ପ୍ରଭାବରେ ଉପକୂଳ ତଥା ଉତ୍ତର ପୂର୍ବ ଓଡ଼ିଶାର କିଛି ଜିଲ୍ଲାରେ ଘଡ଼ଘଡ଼ି, ବିଜୁଳି ସହ ସାମାନ୍ୟ ବର୍ଷା ହୋଇପାରେ ।