Masthead

ଓଡ଼ିଶାରେ ପ୍ରଥମ ଥର ଚାଲିବ ସେମି ହାଇସ୍ପିଡ ଟ୍ରେନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ୧୮ରୁ ଗଡିବ ପୁରୀ ହାୱଡ଼ା ବନେ୍ଦ ଭାରତ ଏକ୍ସପ୍ରେସ୍ । ଓଡ଼ିଶାରେ ପ୍ରଥମ ଥର ଚାଲିବ ସେମି ହାଇସ୍ପିଡ ଟ୍ରେନ । ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦି । ଘଣ୍ଟାପ୍ରତି ୧୮୦ କିମି ବେଗରେ ଚାଲିବ ଟ୍ରେନ । ପୁରୀ ଓ ହାୱଡା ମଧ୍ୟରେ ଚଳାଚଳ କରିବ ଏହି ସେମି ହାଇସ୍ପିଡ୍ ଟ୍ରେନ୍ । ଯାହାକୁ ନେଇ ପୁରୀ ରେଳ ଷ୍ଟେସନରେ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି । ରେଳ ଟ୍ରାକକୁ ରଙ୍ଗ କରାଯାଉଛି ।

ବନ୍ଦେ ଭାରତ ଶୁଭାରମ୍ଭ ଉତ୍ସବରେ ପୁରୀ ଷ୍ଟେସନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସମେତ ଓଡ଼ିଶାର ଅନ୍ୟ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଶ୍ୱେଶ୍ୱର ଟୁଡୁ ଯୋଗ ଦେବାର କାର୍ୟ୍ୟକ୍ରମ ରହିଛି । ପୂର୍ବତଟ ରେଳପଥ ପକ୍ଷରୁ ରେଳ ବୋର୍ଡକୁ ଦିଆଯାଇଥିବା ପ୍ରସ୍ତାବ ଅନୁସାରେ, ପ୍ରତିଦିନ ଚାଲିବାକୁ ଥିବା ବନ୍ଦେ ଭାରତ ଏକ୍ସପ୍ରେସ ସକାଳ ୬ଟା ୧୦ରେ ହାୱଡା ଷ୍ଟେସନରୁ ବାହାରି ୧୨ଟା ୨୫ରେ ପୁରୀରେ ପହଞ୍ଚିବ।

ସେହିପରି ଅପରାହ୍ନ ଗୋଟାଏ ୫୦ ମିନିଟରେ ପୁରୀ ଷ୍ଟେସନ ଛାଡ଼ିବ ଓ ସନ୍ଧ୍ୟା ସାଢ଼େ ୮ଟାରେ ହାୱଡାରେ ପହଞ୍ଚିବ। ଖୋର୍ଦ୍ଧା ରୋଡ୍, ଭୁବନେଶ୍ୱର, କଟକ, ଯାଜପୁର ରୋଡ୍, ଭଦ୍ରକ, ବାଲେଶ୍ୱର, ଖଡ଼ଗପୁର ଷ୍ଟେସନରେ ୨ ମିନିଟ ଲେଖାଏଁ ଏହି ଟ୍ରେନ୍ ରହିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର