Masthead

ଆଜି ବାହାରିବ ମାଟ୍ରିକ ରେଜଲ୍ଟ

କଟକ(ବଡ଼ ଖବର ବ୍ୟୁରୋ): ଆଜି ବାହାରିବ ମାଟ୍ରିକ ଫଳ । ସକାଳ ୧୦ଟାରେ କଟକ ବୋର୍ଡ କାର୍ଯ୍ୟାଳୟରେ ଫଳାଫଳ ଘୋଷଣା କରାଯିବ। ଅପରାହ୍ନ ୧୨ଟା ସୁଦ୍ଧା ବୋର୍ଡ ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହେବ। www. bseodisha.ac.in ୱେବ୍‌ସାଇଟ୍‌ରେ ଛାତ୍ରଛାତ୍ରୀ ରେଜଲ୍ଟ ଚେକ୍‌ କରିପାରିବେ। ଏସଏମଏସ ମାଧ୍ୟମରେ ମଧ୍ୟ ପରୀକ୍ଷାର୍ଥୀମାନେ ରାଜଲ୍ଟ ଜାଣିପାରିବେ । ଓଆର୧୦ ଲେଖି ସ୍ପେଶ୍‌ ଦେବା ପରେ ନିଜ ରୋଲ୍ ନମ୍ବରକୁ ଟାଇପ୍‌ କରି ୫୬୭୬୭୫୦ ନମ୍ବରକୁ ପଠାଇ ଜାଣିପାରିବେ। ପରୀକ୍ଷା ଫଳକୁ ନେଇ ଯଦି କୌଣସି ପରୀକ୍ଷାର୍ଥୀଙ୍କର କିଛି ଆପତ୍ତି ଅଭିଯୋଗ ଥାଏ ତେବେ ଗୋଟିଏ ମାସ ମଧ୍ୟରେ ସେମାନେ ବୋର୍ଡ କର୍ତ୍ତୃପକ୍ଷଙ୍କୁ ଜଣାଇପାରିବେ। ସେଥିପାଇଁ ବୋର୍ଡ ପକ୍ଷରୁ ଏକ କଣ୍ଟ୍ରୋଲ ରୁମ୍ ନମ୍ବର ଜାରି କରାଯାଇଛି। ନମ୍ବରଟି ହେଲା ୦୬୭୧-୨୪୧୫୪୬୦। ଚଳିତ ବର୍ଷ ୫ ଲକ୍ଷ ୪୧ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ଆଜି ଷ୍ଟେଟ୍ ଓପନ ସ୍କୁଲ ଓ ମଧ୍ୟମା ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏମିତି ବି ଆସେ ମୃତ୍ୟୁ 🔴 ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍ 🔴 ପୂର୍ବ ଶତ୍ରୁତା ହେଲା କାଳ, ପୋଲିସକୁ ପଥରରେ ଛେଚି ହତ୍ୟା 🔴 ଟଳିଲେ ୩ ନକ୍ସଲ 🔴 ବଢ଼ୁଛି ଶୀତ, ଥରୁଛି ଓଡ଼ିଶା 🔴 ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା? 🔴 ଏମିତି ବି ଆସେ ମୃତ୍ୟୁ 🔴 ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍ 🔴 ପୂର୍ବ ଶତ୍ରୁତା ହେଲା କାଳ, ପୋଲିସକୁ ପଥରରେ ଛେଚି ହତ୍ୟା 🔴 ଟଳିଲେ ୩ ନକ୍ସଲ 🔴 ବଢ଼ୁଛି ଶୀତ, ଥରୁଛି ଓଡ଼ିଶା 🔴 ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା?