Masthead

ବଗଲା ପାଇଁ ପଦଯାତ୍ରା

ପୁରୀ (ବଡ଼ ଖବର ବ୍ୟୁରୋ): ବଗଲା ଧର୍ମଶାଳାକୁ ନେଇ ବିଜେପି ରାସ୍ତାକୁ ଓହ୍ଲାଇଛି । ବଗଲାକୁ ନେଇ ବିଜେପି ଆରମ୍ଭ କରିଛି ପଦଯାତ୍ରା । ଆଜି ସକାଳ ୯ଟାରୁ ସିଂହଦ୍ୱାରଠାରୁ ଭୁବନେଶ୍ୱର ନବୀନ ନିବାସ ପର୍ଯ୍ୟନ୍ତ ବିଜେପି ପକ୍ଷରୁ ଆରମ୍ଭ ହୋଇଛି ପଦଯାତ୍ରା । ପୂର୍ବରୁ ଧର୍ମଶାଳା ଜମି ବିକ୍ରିକୁ ନେଇ ପୁରୀ ବିଜେପି ତରଫରୁ ୨୭ଦିନ ଧାରଣା ଦିଆଯାଇଥିଲା । ପ୍ରଶାସନ ପକ୍ଷରୁ କୌଣସି ଆଲୋଚନା ହେବା ଦୂରର କଥା ଘଟଣାସ୍ଥଳକୁ କୌଣସି ଅଧିକାରୀ ଆସିଲେ ନାହିଁ । ଏଣୁ ବିଜେପି ପକ୍ଷରୁ ରାଜ୍ୟ ମୁଖିଆଙ୍କୁ ଜଣାଇବାକୁ ଏହି ପଦଯାତ୍ରା କରାଯାଉଛି ବୋଲି ବିଜେପି ପକ୍ଷରୁ କୁହାଯାଇଛି । ଏହା ବ୍ୟତୀତ ପୁରୀ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ଲାଗି ରହିଥିବା ପୁରୁଣା ଜେଲକୁ ଡାକ୍ତରଖାନା ସହ ମିଶାଇବାକୁ ଦାବିପତ୍ର ପ୍ରଦାନ କରାଯିବ ବୋଲି କୁହାଯାଇଛି । ଏହି ପଦଯାତ୍ରାରେ ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ, ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ବିଜେପି ଜିଲ୍ଲା ସଭାପତି ଆଶ୍ରିତ ପଟ୍ଟନାୟକଙ୍କ ସମେତ ବହୁ ଦଳୀୟ କାର୍ଯ୍ୟକର୍ତ୍ତା ସାମିଲ୍ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି